ତାରକା ହୋଟେଲରେ ଭାକ୍ସିନେଶନ ପ୍ୟାକେଜ୍‌: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଘରୋଇ ହସ୍ପିଟାଲ ପକ୍ଷରୁ ନାମିଦାମୀ ତାରକା ହୋଟେଲରେ ଭାକ୍ସିନେଶନ ପ୍ୟାକେଜ୍‌ ଉପଲବ୍ଧ କରାଯାଉଛି। ଏଭଳି ପ୍ୟାକେଜ୍‌କୁ ବନ୍ଦ କରିବାକୁ କେନ୍ଦ୍ର ପକ୍ଷରୁ ରାଜ୍ୟ ସରକାରଙ୍କୁ ନିିର୍ଦ୍ଦୋ ଦିଆଯାଇଛି। ଏହା ସହିତ ଏସବୁ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ କୁହାଯାଇଛି। କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ କରାଯାଇ ପ୍ରଦାନ କରାଯାଉଥିବା ଏଭଳି ଲୋଭନୀୟ ପ୍ୟାକେଜ୍‌ କ୍ଷେତ୍ରରେ ସମ୍ପୃକ୍ତ ହୋଟେଲ ପ୍ରବନ୍ଧକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସରକାର କହିଛନ୍ତି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ଡ.ମନୋହର ଅଗନାନୀ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବ ଏବଂ ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି। ଦେଶରେ ସାର୍ବଜନୀକ ଟିକାରଣ ଲାଗି ୪ ପ୍ରକାର ବିକଳ୍ପ ସମ୍ପର୍କରେ ଅଗନାନୀ ସୂଚିତ କରିଛନ୍ତି। ପ୍ରଥମରେ ସରକାରୀ କରୋନା ଟିକାକରଣ କେନ୍ଦ୍ର, ଦ୍ୱିତୀୟରେ ଘରୋଇ ହସ୍ପିଟାଲରେ ଥିବା ଟିକାକରଣ କେନ୍ଦ୍ର,ତୃତୀୟରେ ସରକାରୀ କାର୍ଯ୍ୟାଳୟରେ ଟିକାକରଣ କେନ୍ଦ୍ର ଦ୍ୱାରା ପରିଚାଳିତ ହେଉଥିବା ଟିକାଦାନ ଏବଂ ଘରୋଇ କମ୍ପାନୀର ନିଜସ୍ବ ହସ୍ପିଟାଲରେ ଟିକାକରଣ କରାଯାଇ ପାରିବ। ସେହିପରି ଚତୁର୍ଥରେ ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ପାଇଁ ଘର ପାଖରେ ଥିବା ଟିକାକରଣ କେନ୍ଦ୍ର, ଆର୍‌ଡବ୍ଲ୍ୟୁଏ କାର୍ଯ୍ୟାଳୟ, ହାଉସିଂ ସୋସାଇଟି, କମ୍ୟୁନିଟି ସେଣ୍ଟର, ପଞ୍ଚାୟତ ଭବନ, ସ୍କୁଲ୍‌-କଲେଜ୍‌ , ଓଲ୍ଡ ଏଜ୍‌ ହୋମ୍‌ ଆଦିଠାରେ ସାର୍ବଜନୀକ ଟିକାକରଣ ହୋଇପାରିବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri