ଆଜିଠାରୁ ସ୍ବାଭାବିକ ହେବ ଟିକାକରଣ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକା କମ୍‌ ପରିମାଣର ଥିବାରୁ ଟୀକାକରଣରେ ବ୍ୟାଘାତ ଦେଖାଦେଇଥିଲା। ଏବେ ରାଜ୍ୟକୁ ଟିକା ଆସିଥିବାରୁ ଶୁକ୍ରବାରଠାରୁ ଟୀକାକରଣ ସ୍ବାଭାବିକ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ରାଜ୍ୟରେ ଏବେ ୩ ପ୍ରକାର ଟୀକାକରଣ ପ୍ରକ୍ରିୟା ଜାରି ରହିଛି। ଗୁରୁବାର ବିଭିନ୍ନ ଜିଲାରେ ମାତ୍ର ୬୦ ହଜାର କୋଭିସିଲ୍ଡ ଟିକା ଥିଲା। ବୁଧବାର ରାତିରେ କେନ୍ଦ୍ରରୁ ୩ ଲକ୍ଷ ଓ ଗୁରୁବାର ସକାଳେ ୪.୮ ଲକ୍ଷ କୋଭିଶିଲ୍ଡ ଟିକା ଆସି ପହଞ୍ଚତ୍ଛି। ତେଣୁ ବର୍ତ୍ତମାନ ଆମ ପାଖରେ ୭ ଲକ୍ଷ ୮୦ ହଜାର ଟିକା ମହଜୁଦ ରହିଛି। ବିଭିନ୍ନ ଜିଲାରୁ ଭ୍ୟାକସିନ ଭ୍ୟାନ ଆସିଗଲାଣି। ଗୁରୁବାର ରାତି ସୁଦ୍ଧା ସବୁ ଜିଲାକୁ ଟିକା ପହଞ୍ଚତ୍ ଯାଇଥିବ। ତେଣୁ ଶୁକ୍ରବାରଠାରୁ ସାରା ରାଜ୍ୟରେ ଟିକାକରଣ ତ୍ୱରାନ୍ବିତ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସେହିପରି ୧୨ରୁ ୧୪ ବର୍ଷର ଶିଶୁଙ୍କୁ କୋର୍ବେଭାକ୍ସ ଟିକା ଦିଆଯାଉଛି। ଏହାର ପ୍ରଥମ ଡୋଜ୍‌ ୯୯.୮ ପ୍ରତିଶତ ନେଇସାରିଥିବାବେଳେ ଦ୍ବିତୀୟ ଡୋଜ୍‌ ଟିକାକରଣ ମଧ୍ୟ ଚାଲିଛି। ଗୁରୁବାର ୧୫ଶହ ସରକାରୀ କେନ୍ଦ୍ରରେ ଟିକାକରଣ କରାଯାଇଥିଲା। ଟିକା ନ ଥିବାରୁ କମ୍‌ ଟିକାକେନ୍ଦ୍ର ଖୋଲା ଯାଇଥିଲା। ତେବେ ଶୁକ୍ରବାରଠାରୁ ୨୫୦୦ରୁ ୩୦୦୦ କେନ୍ଦ୍ରରେ ଟିକା ଦିଆଯିବ ବୋଲି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ କୋଭାକ୍ସିନ ଓ ରାଜ୍ୟର ବାକିସବୁ ଅଞ୍ଚଳରେ କୋଭିଶିଲ୍ଡ ଦିଆଯାଉଛି। ପ୍ରଥମ, ଦ୍ୱିତୀୟ ସହ ବୁଷ୍ଟର ଡୋଜ୍‌ ଜାରି ରହିଥିବାରୁ ଅଧିକ ଟିକା ଆବଶ୍ୟକ ପଡୁଛି। ରାଜ୍ୟରେ କମ୍‌ ଟିକା ମହଜୁଦ ଥିବାରୁ ପର୍ଯ୍ୟାପ୍ତ ପରିମାଣର କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଯୋଗାଇ ଦେବାକୁ କିଛିଦିନ ତଳେ କେନ୍ଦ୍ରକୁ ଚିଠି ଲେଖିଥିଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri