ପରୀକ୍ଷା ତଥ୍ୟକୁ ସାର୍ବଜନୀନ ବିନା ଭାକ୍ସିନ୍‌କୁ ମଞ୍ଜୁରୀ, କେନ୍ଦ୍ର ସରକାରଙ୍କୁ ଏସ୍‌ସିଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୯।୮: କରୋନା ଟିକା ପରୀକ୍ଷା ତଥ୍ୟକୁ ସାର୍ବଜନୀନ ନ କରି ଭାକ୍ସିନ୍‌କୁ ମଞ୍ଜୁରୀ ମିଳିବା ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି କରି ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରାଯାଇଛି। ପିଟିଶନର ଶୁଣାଣି ବେଳେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର, କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଆଇସିଏମ୍‌ଆର୍‌ ନିକଟକୁ ନୋଟିସ୍‌ ପଠାଇଛନ୍ତି। ଟ୍ରାଏଲ ତଥ୍ୟ ବିଷୟରେ ଜାଣିବାର ଅଧିକାର ଲୋକଙ୍କ ପାଖରେ ଅଛି ବୋଲି ଆବେଦନକାରୀ ଯାକବ ପୁଲିୟେଲ ଦାବି କରିଥିଲେ। ଏହା ସହିତ ଭାକ୍ସିନ ନେବା ଦ୍ୱାରା ଉପୁଜୁଥିବା ସ୍ବାସ୍ଥ୍ୟ ସମସ୍ୟା ଏବଂ ବିପଦ କ’ଣ ତାହା ମଧ୍ୟ ଜାଣିବା ଉଚିତ ବୋଲି ଆବେଦନକାରୀ ପିଟିଶନରେ ଉଲ୍ଲେଖ କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ପ୍ରଶାନ୍ତ ଭୁଷଣ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି କହିଥିଲେ।
ସୁପ୍ରିମକୋର୍ଟ କହିଛନ୍ତି ଯେ, ଭାରତରେ ଟିକା ବିଷୟରେ ଲୋକଙ୍କ ମଧ୍ୟରେ ପୂର୍ବରୁ ଅନେକ ଦ୍ୱନ୍ଦ୍ୱ ରହିଛି। ଏପରିସ୍ଥଳେ ପରୀକ୍ଷା ତଥ୍ୟକୁ ସାର୍ବଜନୀନ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କହିଛନ୍ତି । ବିଚାରପତି ଏଲ୍‌.ନାଗେଶ୍ୱର ରାଓ କହିଛନ୍ତି ଯେ ଦେଶରେ ୫୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଟିକାଦାନକୁ ନେଇ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବା ଉପରେ ସୁପ୍ରିମ୍‌କୋର୍ଟ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri