ଭ୍ୟାରିଆଣ୍ଟ୍‌ର ଭୟଙ୍କର ବେଗ ଯୋଗୁ ଭାକ୍ସିନ୍‌ ହୋଇପାରେ ପ୍ରଭାବହୀନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଭାରତକୁ ଚେତାବନୀ ଦେଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ, ଭାରତରେ କରୋନାର ପରିବର୍ତ୍ତିତ ଭ୍ୟାରିଆଣ୍ଟ୍‌ ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏଭଳି ଧାରା ଜାରି ରହିଲେ ଆଗାମୀ ଦିନରେ ଭାକ୍ସିନ୍‌ ମଧ୍ୟ ଏହା ସମ୍ମୁଖରେ ପ୍ରଭାବହୀନ ହେବାର ଆଶଙ୍କା ଦେଖାଦେଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ଏଭଳି ସତର୍କ ସୂଚନା ଜାରି କରିଛନ୍ତି। ଭ୍ୟାରିଆଣ୍ଟ୍‌ରେ ମ୍ୟୁଟେଶନ ହେଉଥିବାରୁ ଏହା ଶୀଘ୍ର ବ୍ୟାପୁଥିବା ସୌମ୍ୟା କହିଛନ୍ତି। ଫଳରେ ଏହା ଭାକ୍ସିନ୍‌ ନେବା ଯୋଗୁ ଶରୀରରେ ସୃଷ୍ଟି ହେଉଥିବା ଆଣ୍ଟିବଡ଼ିକୁ ମଧ୍ୟ ପ୍ରଭାବହୀନ କରାଇଦେବାର ଆଶଙ୍କା ସୃଷ୍ଟି ହୋଇଛି। ଭାରତର ୧୩୦ କୋଟି ଲୋକଙ୍କ ମଧ୍ୟରୁ ମାତ୍ର ୨ ପ୍ରତିଶତଙ୍କୁ ଟିକାଦାନ କରାଯାଇଛି। ତେଣୁ କେବଳ ଟିକା ଦ୍ୱାରା କରୋନା ଲଢ଼େଇ ଲଢ଼ି ହେବନି। ସଂକ୍ରମଣ ଯେଭଳି ଅଧିକ ନ ବ୍ୟାପିବ ସେଥିପ୍ରତି କଡ଼ା ପଦକ୍ଷେପ ଗ୍ରହଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri