ଟିକା ବଣ୍ଟନ ପାଇଁ ଗଠନ ହେବ ତ୍ରିସ୍ତରୀୟ କମିଟି

ଭୁବନେଶ୍ୱର,୨।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ତେବେ ଟିକା ପ୍ରସ୍ତୁତ ହେବାପରେ କେଉଁମାନଙ୍କୁ ପ୍ରଥମେ ଦିଆଯିବ ତାକୁ ନେଇ ମଧ୍ୟ ବିଚାରବିମର୍ଶ ଜାରି ରହିଛି। ପ୍ରଥମେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭଳି କରୋନା ଯୋଦ୍ଧାଙ୍କ ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର କହିବା ପରେ ରାଜ୍ୟ ସରକାର ସେହି କାର୍ଯ୍ୟରେ ଲାଗିପଡ଼ିଛନ୍ତି। ଏହାପରେ ପୁଣି ଟିକା ପରିଚାଳନା ଓ ସମନ୍ବୟ ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜ୍ୟଗୁଡ଼ିକୁ ଚିଠି ଲେଖିଛନ୍ତି। ଟିକା ବଣ୍ଟନ ପାଇଁ ତ୍ରିସ୍ତରୀୟ କମିଟି ଗଠନ ହେବ। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଷ୍ଟେଟ୍‌ ଷ୍ଟିୟରିଂ କମିଟି, ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଟାସ୍କ ଫୋର୍ସ ଓ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଟାସ୍କ ଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଷ୍ଟିୟରିଂ କମିଟି ବିଭିନ୍ନ ବିଭାଗ ସହ ସମନ୍ବୟ ରକ୍ଷା କରିବା ସହ ଭିତ୍ତିଭୂମିର ତଦାରଖ କରିବ। ସେହିପରି ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଟିକା ବଣ୍ଟନର ମନିଟରିଂ କରିବ। ଟିକାକରଣବେଳେ ଯେପରି ବାଧା ସୃଷ୍ଟି ନ ହେବ ତାହା ଉପରେ ଗୁରୁତ୍ୱ ଦିଆଯିବ। ଟିକାକରଣରେ ସାମାଜିକକର୍ମୀଙ୍କୁ ସାମିଲ କରାଯିବ। କମିଟି ପାଣ୍ଠିର ବ୍ୟବସ୍ଥା ଓ ସମୀକ୍ଷା କରିବ। ଜିଲାସ୍ତରୀୟ ଟାସ୍କ ଫୋର୍ସ ଜିଲାସ୍ତରରେ ଟିକା ପ୍ରଦାନ ପରିଚାଳନା ନେଇ କାମ କରିବ। ତଦାରଖ ଓ ସମସ୍ୟାର ସମାଧାନ କରିବ। ଟିକାକରଣ ପାଇଁ ତାଲିମ ଦେବା ସହ ବ୍ଲକ୍‌ ଓ ଜିଲାସ୍ତରରେ ଅଧିକାରୀ ନିଯୁକ୍ତ କରିବ। ସମୟସୀମା ଭିତରେ ଟିକାକରଣ ପାଇଁ କମିଟି ବ୍ୟବସ୍ଥା କରିବ। ଏଥିସହ ସୋସିଆଲ ମିଡିଆ ଗୁଜବକୁ ଚିହ୍ନଟ କରି ଲୋକଙ୍କୁ ସଚେତନ କରିବ କମିଟି। ତେବେ ଟର୍ମସ ଅଫ୍‌ ରେଫରାନ୍ସରେ କେଉଁ କମିଟିର କାମ କ’ଣ ରହିବ ତାହା ବିସ୍ତୃତ ଭାବେ ଉଲ୍ଲେଖ ରହିଛି। ଟିକା ପ୍ରଥମେ ସ୍ବାସ୍ଥ୍ୟ କର୍ମୀଙ୍କ ସମେତ ଆଗଧାଡ଼ିର ଯୋଦ୍ଧାଙ୍କୁ ଓ ବରିଷ୍ଠ ନାଗରିକଙ୍କୁ ପ୍ରଦାନ କରାଯିବ। ଏହି ପ୍ରକ୍ରିୟା ୧ବର୍ଷ ଧରି ଚାଲିବ ବୋଲି କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?