ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍‌ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ ଏବଂ ମହମ୍ମଦ ମୋକିମ ପ୍ରମୁଖ କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ୧୮ରୁ ୪୪ ବର୍ଷୀୟଙ୍କ ଲାଗି ରାଜ୍ୟରେ ଟିକା ପାଇଁ ଅର୍ଡର ଦିଆସରିଛି ବୋଲି ୨୫ ଏପ୍ରିଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଟୁଇଟ୍‌ ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ଉଦ୍ଦିଷ୍ଟ ବୋଲି ପ୍ରଦୀପ ମାଝି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତବେଳେ ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ କିଛି କହି ନ ଥିବାବେଳେ ଏବେ ଚିଠି ଲେଖିବା ଏକ ନାଟକବାଜି ବୋଲି ସେ ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ୨୦୨୧ରେ କରୋନାକୁ ହରାଇଛୁ ବୋଲି ଯେଉଁ ଘୋଷଣା କରିଥିଲେ ତାହା ଏକ ପ୍ରତାରଣା ଥିଲା ବୋଲି ନବନିଯୁକ୍ତ ଏଆଇସିସି ସମ୍ପାଦକ ସପ୍ତଗିରି ଉଲ୍ଲାକା କହିଛନ୍ତି। କେନ୍ଦ୍ରର କୋଓ୍ବିନ ପୋର୍ଟାଲ ମାଧ୍ୟମରେ ଆଦିବାସୀ ଅଞ୍ଚଳରେ ଭାକ୍ସିନ ପାଇବା ପାଇଁ ରେଜିଷ୍ଟ୍ରେଶନ କରିବା ସମ୍ଭବ ନୁହେଁ। ସେହି ଅଞ୍ଚଳକୁ କୋଓ୍ବିନ ପୋର୍ଟାଲରୁ ବାଦ୍‌ ଦିଅନ୍ତୁ ବୋଲି ଉଲ୍ଲାକା ଦାବି କରିଛନ୍ତି। ସେହିପରି ବିଧାୟକ ସୁରେଶ ରାଉତରାୟ କହିଛନ୍ତି, କୋଭିଡ୍‌ ନିୟନ୍ତ୍ରଣରେ ସରକାର ସମ୍ପୂର୍ଣ୍ଣ ବିଫଳ। ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ସରକାର ଶୀଘ୍ର ଘର ଘର ବୁଲି ଟେଷ୍ଟିଂ କରି ନିଃଶୁଳ୍କ ଟିକା ଦିଅନ୍ତୁ, ନଚେତ ହଜାର ହଜାର ଲୋକ ପୋକମାଛି ପରି ମରିବେ। ଖାଲି ଲକ୍‌ଡାଉନ ଓ ଶଟ୍‌ଡାଉନ ନ କରି ସମସ୍ତଙ୍କୁ ଟିକା ଦେବାକୁ ପଡ଼ିବ ବୋଲି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ କହିଛନ୍ତି। କାର୍ଯ୍ୟକାରୀ ସଭାପତି ମାଝିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜଭବନ ସମ୍ମୁଖରେ ପ୍ଲାକାର୍ଡ ଧରି ପ୍ରତିବାଦ କରିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏଥିରେ ପିସିସିର ପୂର୍ବତନ ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ରଶ୍ମି ମହାପାତ୍ର ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri