ବୀମାଭୁକ୍ତ କାର୍ଯ୍ୟରତ ଖବରଦାତାଙ୍କୁ ଟିକା

ଭୁବନେଶ୍ୱର, ୫।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକଟ ଭିତରେ ନିଜ ଜୀବନକୁ ବାଜି ଲଗାଇ ଖବରଦାତାମାନେ ଅହରହ କାର୍ଯ୍ୟ କରୁଛନ୍ତି। ଇତିମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଖବରଦାତାଙ୍କ କୋଭିଡ୍‌ରେ ମୃତ୍ୟୁ ଘଟିଛି। କରୋନା ମୁକାବିଲାରେ ଖବରଦାତାମାନେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ କୋଭିଡ୍‌ ଯୋଦ୍ଧାର ମାନ୍ୟତା ପ୍ରଦାନ ସହ ଟିକାକରଣ ପାଇଁ ଘୋଷଣା କରିଥିଲେ। ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ୩ ଦିନିଆ ସ୍ବତନ୍ତ୍ର ଟିକାଦାନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସ୍ଥାନୀୟ ୟୁନିଟ୍‌-୬ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ସକାଳ ୯ଟା ୩୦ରୁ ଅପରାହ୍ନ ୩ଟା ୩୦ ପର୍ଯ୍ୟନ୍ତ ଟିକାକରଣ କରାଯାଉଛି। ଏଠାରେ କେବଳ ସରକାରଙ୍କ ଦ୍ୱାରା ବୀମାଭୁକ୍ତ (ଗୋପବନ୍ଧୁ ଓ୍ବାର୍କିଂ ଜର୍ନାଲିଷ୍ଟ୍‌ସ ହେଲ୍‌ଥ ଇନ୍‌ସ୍ୟୁରାନ୍ସ ସ୍କିମ୍‌) ଖବରଦାତାଙ୍କୁ ଟିକା ପ୍ରଦାନ କରାଯାଉଛି। ପ୍ରଥମ ଦିନରେ ଭୁବନେଶ୍ୱରରେ ୨୩୦ଜଣ ଖବରଦାତା ଟିକା ନେଇଛନ୍ତି। କାର୍ଯ୍ୟକ୍ରମକୁ ବରିଷ୍ଠ ଜିଲା ସୂଚନା ଅଧିକାରୀ ଗୌର ମହାପାତ୍ର, ଲୋକ ସମ୍ପର୍କ ଅଧିକାରୀ (ପିଏମ୍‌ୟୁ ସେଲ୍‌, ବିଏମ୍‌ସି) ନିହାର ସାହୁ ଓ ବରିଷ୍ଠ ଯୋଗାଯୋଗ ଅଧିକାରୀ ଦେବାଶିଷ ବାରିକଙ୍କ ସମେତ ସ୍ବାସ୍ଥ୍ୟ ବିଭାଗ, ବିଏମ୍‌ସି ଓ ସୂଚନା ଲୋକ ସମ୍ପର୍କ ବିଭାଗର କର୍ମଚାରୀମାନେ ସୁଚାରୁରୂପେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?