ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା ରାସ୍ତାକଡ଼ ଦୋକାନୀ, ମାଛ ଓ ମାଂସ ବିକ୍ରେତା, ଅଟୋ ଓ ବସ୍‌ ଡ୍ରାଇଭର, ସ୍କୁଲ ଓ କଲେଜ ଶିକ୍ଷକ, ସେଲୁନ କାରିଗର, ସିକ୍ୟୁରିଟି ଗାର୍ଡ, ରେଷ୍ଟୁରାଣ୍ଟ କର୍ମଚାରୀ, ମନ୍ଦିର, ଚର୍ଚ୍ଚ ଓ ମସଜିଦ୍‌ କର୍ମଚାରୀଙ୍କୁ ପ୍ରାଥମିକତା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ସେ କହିଛନ୍ତି, ପୂର୍ବରୁ ଦୈନିକ ୧ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ବ୍ୟବସ୍ଥା ଥିବାବେଳେ ଏପ୍ରିଲ ପହିଲାରୁ ରାଜ୍ୟବ୍ୟାପୀ ଦୈନିକ ୨ଲକ୍ଷ ଲୋକଙ୍କୁ ଟିକା ପ୍ରଦାନ କରାଯିବ। ଏଥିପାଇଁ ଜିଲାୱାରି ଟାର୍ଗେଟ୍‌ ଦିଆଯାଇଛି। ଏଥିରେ ଗଞ୍ଜାମ ଜିଲାରେ ସର୍ବାଧିକ ଦୈନିକ ୧୬.୮୨୫ଜଣଙ୍କୁ ଟିକା ପ୍ରଦାନ ପାଇଁ କୁହାଯାଇଛି। ସେପଟେ ଏପ୍ରିଲ ୧ ଓ ୨ ତାରିଖ ସରକାରୀ ଛୁଟି ରହିଥିଲେ ମଧ୍ୟ ଉକ୍ତ ଦିନ ଟିକାକରଣ ଜାରି ରହିବ ବୋଲି ସେ କହିଛନ୍ତି। ଦୈନିକ ଟିକାକରଣ ଟାର୍ଗେଟ ପୂରଣ କରିବାକୁ ପଦକ୍ଷେପ ନେବାକୁ ସେ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଯେଉଁମାନେ ସବୁବେଳେ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସୁଛନ୍ତି ସେମାନଙ୍କୁ ଟିକାକରଣବେଳେ ପ୍ରାଥମିକତା ଦେବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ତାଲିକା ପ୍ରସ୍ତୁତ କରି କୋଭିଡ୍‌ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମାସ୍କ ଓ ସାମାଜିକ ଦୂରତ୍ୱ ପାଳନକୁ ବଜାୟ ରଖିବାକୁ କୁହାଯାଇଛି। କୋଭିଡ୍‌ ନିୟମ ଭାଙ୍ଗୁଥିବା ଦୋକାନକୁ ସିଲ୍‌ କରି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରି ମାଧ୍ୟମରେ କୋଭିଡ୍‌ ସଂକ୍ରମଣ ବ୍ୟାପିବାକୁ ରୋକି ହେବ ବୋଲି ପ୍ରଦୀପ୍ତ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri