ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା ରାସ୍ତାକଡ଼ ଦୋକାନୀ, ମାଛ ଓ ମାଂସ ବିକ୍ରେତା, ଅଟୋ ଓ ବସ୍‌ ଡ୍ରାଇଭର, ସ୍କୁଲ ଓ କଲେଜ ଶିକ୍ଷକ, ସେଲୁନ କାରିଗର, ସିକ୍ୟୁରିଟି ଗାର୍ଡ, ରେଷ୍ଟୁରାଣ୍ଟ କର୍ମଚାରୀ, ମନ୍ଦିର, ଚର୍ଚ୍ଚ ଓ ମସଜିଦ୍‌ କର୍ମଚାରୀଙ୍କୁ ପ୍ରାଥମିକତା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ସେ କହିଛନ୍ତି, ପୂର୍ବରୁ ଦୈନିକ ୧ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ବ୍ୟବସ୍ଥା ଥିବାବେଳେ ଏପ୍ରିଲ ପହିଲାରୁ ରାଜ୍ୟବ୍ୟାପୀ ଦୈନିକ ୨ଲକ୍ଷ ଲୋକଙ୍କୁ ଟିକା ପ୍ରଦାନ କରାଯିବ। ଏଥିପାଇଁ ଜିଲାୱାରି ଟାର୍ଗେଟ୍‌ ଦିଆଯାଇଛି। ଏଥିରେ ଗଞ୍ଜାମ ଜିଲାରେ ସର୍ବାଧିକ ଦୈନିକ ୧୬.୮୨୫ଜଣଙ୍କୁ ଟିକା ପ୍ରଦାନ ପାଇଁ କୁହାଯାଇଛି। ସେପଟେ ଏପ୍ରିଲ ୧ ଓ ୨ ତାରିଖ ସରକାରୀ ଛୁଟି ରହିଥିଲେ ମଧ୍ୟ ଉକ୍ତ ଦିନ ଟିକାକରଣ ଜାରି ରହିବ ବୋଲି ସେ କହିଛନ୍ତି। ଦୈନିକ ଟିକାକରଣ ଟାର୍ଗେଟ ପୂରଣ କରିବାକୁ ପଦକ୍ଷେପ ନେବାକୁ ସେ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଯେଉଁମାନେ ସବୁବେଳେ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସୁଛନ୍ତି ସେମାନଙ୍କୁ ଟିକାକରଣବେଳେ ପ୍ରାଥମିକତା ଦେବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ତାଲିକା ପ୍ରସ୍ତୁତ କରି କୋଭିଡ୍‌ ଟିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମାସ୍କ ଓ ସାମାଜିକ ଦୂରତ୍ୱ ପାଳନକୁ ବଜାୟ ରଖିବାକୁ କୁହାଯାଇଛି। କୋଭିଡ୍‌ ନିୟମ ଭାଙ୍ଗୁଥିବା ଦୋକାନକୁ ସିଲ୍‌ କରି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରି ମାଧ୍ୟମରେ କୋଭିଡ୍‌ ସଂକ୍ରମଣ ବ୍ୟାପିବାକୁ ରୋକି ହେବ ବୋଲି ପ୍ରଦୀପ୍ତ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri