ଟିକା ପ୍ରାଇସ୍‌ ବିଡିଂ ୯ରେ

ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍‌ଏମ୍‌ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍‌କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏହି ସୂଚନା ଦେଇଛନ୍ତି। ତେବେ ଏହି ଟେଣ୍ଡରରେ ଦେଶୀୟ କିମ୍ବା ଅନ୍ତର୍ଜାତୀୟ କମ୍ପାନୀ ଅଂଶଗ୍ରହଣ କରିଛନ୍ତି କି ନାହିଁ ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ। ଟେଣ୍ଡର ଆବେଦନ ପାଇଁ ୪ ତାରିଖ ଧାର୍ଯ୍ୟ କରାଯାଇଥିଲା। ଆସନ୍ତା ୯ ତାରିଖରେ ଟେଣ୍ଡରର ପ୍ରାଇସ୍‌ ବିଡିଂ ଖୋଲାଯିବା ନେଇ ଔଷଧ ନିଗମ ସମୟ ଧାର୍ଯ୍ୟ କରିଛି।
ସୂଚନାଯୋଗ୍ୟ କେନ୍ଦ୍ର ସରକାର ଆବଶ୍ୟକ ମୁତାବକ କୋଭିଡ୍‌ ଟିକା ଯୋଗାଇ ପାରୁ ନ ଥିବାରୁ ରାଜ୍ୟ ସରକାର ନିଜସ୍ବ ଉଦ୍ୟମରେ କ୍ରୟ କରିବାକୁ ଏପ୍ରିଲ ମାସରେ ଗ୍ଲୋବାଲ ଇ-ଟେଣ୍ଡର ଡାକିଥିଲେ। ତେବେ ସେହି ଟେଣ୍ଡରରେ ଜାତୀୟ କିମ୍ବା ଅନ୍ତର୍ଜାତୀୟ ଟିକା ଉତ୍ପାଦନକାରୀ କମ୍ପାନୀ ଅଂଶଗ୍ରହଣ କରି ନ ଥିଲେ। ଗତ କ୍ୟାବିନେଟ ବୈଠକରେ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଟେଣ୍ଡର ପାଇଁ ସର୍ତ୍ତରେ କେତେକ କୋହଳ କରିଥିଲେ ମଧ୍ୟ ଅନ୍ତର୍ଦ୍ଦେଶୀୟ ଟିକା ଉତ୍ପାଦନକାରୀ କମ୍ପାନୀ ପ୍ରି-ବିଡିଂ ଟେଣ୍ଡରରେ ଅଂଶଗ୍ରହଣ କରି ନ ଥିଲେ। ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ଅନୁମତି ଆବଶ୍ୟକ ପଡୁଥିବାରୁ ବିଦେଶୀ କମ୍ପାନୀ ଏହି ଟେଣ୍ଡରରେ ଅଂଶଗ୍ରହଣ କରି ନ ଥିବା ଜଣାପଡ଼ିଛି। ଫଳରେ ରାଜ୍ୟ ସରକାର ଜୁନ୍‌ ୧ରେ ଏ ନେଇ ଟେଣ୍ଡର ସର୍ତ୍ତରେ ସଂଶୋଧନ କରିଥିଲେ। ପୂର୍ବରୁ ଟେଣ୍ଡର ଆବେଦନ ପାଇଁ ଡିସିଜିଆଇ ଅନୁମୋଦନ ବାଧ୍ୟତାମୂଳକ ଥିଲା। ସଂଶୋଧନ ପରେ ବିଡରମାନେ ଆବଶ୍ୟକ କାଗଜପତ୍ର ସହିତ ଟେଣ୍ଡରରେ ଅଂଶଗ୍ରହଣ କରିପାରିବେ ବୋଲି କୁହାଯାଇଥିଲା। ଡିସିଜିଆଇ ଅନୁମୋଦନ ଆଣିବା ପରେ ଟେଣ୍ଡରରେ ଯୋଗ୍ୟତା ଅର୍ଜନ କରିଥିବା କମ୍ପାନୀକୁ ପର୍ଚେଜ୍‌ ଅର୍ଡର ଦିଆଯିବ ବୋଲି ସଂଶୋଧିତ ନିର୍ଦ୍ଦେଶାବଳୀରେ କୁହାଯାଇଥିଲା। ଏହା ସତ୍ତ୍ୱେ ଟେଣ୍ଡରରେ ମାତ୍ର ୨ଟି ସଂସ୍ଥା ଅଂଶଗ୍ରହଣ କରିଛନ୍ତି। ଟେଣ୍ଡର ପ୍ରକ୍ରିୟା ସଫଳ ହେଉ ନ ଥିବାରୁ ରାଜ୍ୟ ସରକାର ଟିକା ଯୋଗାଇବା ପାଇଁ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଜୁନ୍‌ ୧ରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଥିବା ବେଳେ ଜୁନ୍‌ ୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଉପରେ ଚାପ ପକାଇବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।
ରାଜ୍ୟରେ ଏ ପର୍ଯ୍ୟନ୍ତ ପ୍ରାୟ ୬୨ ଲକ୍ଷ ଲୋକଙ୍କୁ ଗୋଟିଏ ଡୋଜ୍‌ ଲେଖାଏ ଟିକାକରଣ କରାଯାଇଛି। ଗତ ଏପ୍ରିଲଠାରୁ ରାଜ୍ୟରେ ଦୈନିକ ୨ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇ ଆସୁଛି। ଦିନକୁ ୩ ଲକ୍ଷ ଲୋକଙ୍କୁ ଟିକା ଦେବା ବ୍ୟବସ୍ଥା ଥିବାବେଳେ ଟିକା ଅଭାବରୁ ବର୍ତ୍ତମାନ ଏହା ୬୦ରୁ ୭୦ ହଜାରକୁ ଖସି ଆସିଛି। କେନ୍ଦ୍ର ସରକାର ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ସିଧାସଳଖ ଟିକା କିଣିବା ପାଇଁ ଅନୁମତି ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆରୁ ୨୨୦ ଲକ୍ଷ କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ରୁ ୧୦.୩୪ ଲକ୍ଷ କୋଭାକ୍ସିନ ଟିକା କିଣିବାକୁ ଅର୍ଡର ଦେଇଥିଲେ। ସେହି ସଂସ୍ଥାଗୁଡ଼ିକ ମଧ୍ୟ ଟିକା ଯୋଗାଇ ନ ଥିଲେ। ଫଳରେ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ଇ-ଟେଣ୍ଡର ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri