୨୦୨୨ ଜୁନ ସୁଦ୍ଧା ଅନ୍ଧାରୁଆରେ ଟିକା ଉତ୍ପାଦନ

ଭୁବନେଶ୍ୱର,୭ା୫(ବ୍ୟୁରୋ):ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଭାରତ ବାୟୋଟେକ ଦ୍ୱାରା ଟିକା ଉତ୍ପାଦନ ୟୁନିଟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଆସନ୍ତା ୨୦୨୨ ଜୁନ ସୁଦ୍ଧା ଏଠାରେ ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ୟୁନିଟ ପ୍ରତିଷ୍ଠା ନିମନ୍ତେ ଆବଶ୍ୟକ ବୈଧାନିକ ଓ ଆଇନଗତ ଅନୁମତି ଦିଆଯାଇଛି। ଗୁରୁବାର ଲୋକସେବା ଭବନରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବାୟୋଟେକ୍‌ କାର୍ଯ୍ୟାନ୍ବୟନ କମିଟି ବୈଠକରୁ ଏହି ସୂଚନା ମିଳିଛି।
ଟିକା ଉତ୍ପାଦନ ୟୁନିଟ୍‌ର ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅଗ୍ରଗତିର ସମୀକ୍ଷା କରି ଭିତ୍ତିଭୂମି ନିର୍ମାଣ ତ୍ୱରାନ୍ବିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଭାରତ ବାୟୋଟେକ ଇଣ୍ଟରନ୍ୟାଶନାଲ କମ୍ପାନୀ ଏବଂ ଅନ୍ଧାରୁଆ ବାୟୋଟେକ୍‌ ପାର୍କ ପାଇଁ ଗଠିତ ସ୍ବତନ୍ତ୍ର ଏସ୍‌ପିଭିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାୟୋଟେକ୍‌ରେ ନୂତନ ପରୀକ୍ଷାନିରୀକ୍ଷା ଏବଂ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠାକୁ ତ୍ୱରାନ୍ବିତ କରିବା ନିମନ୍ତେ ଏକ ବୃତ୍ତିଗତ ନିର୍ଦ୍ଦେଶାଳୟ ଗଠନ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ସ୍ବତନ୍ତ୍ର ବୃତ୍ତିଗତ ନିର୍ଦ୍ଦେଶାଳୟ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକ୍ଷମ ହେବା ପର୍ଯ୍ୟନ୍ତ ଇପିକଲ୍‌ ଏବଂ ଶିଳ୍ପ ବିଭାଗ ମାଧ୍ୟମରେ ବାୟୋଟେକ୍‌ ୟୁନିଟ୍‌ଗୁଡ଼ିକର ପ୍ରୋତ୍ସାହନ ଜାରି ରଖିବାକୁ ସେ କହିଛନ୍ତି। ଏହି ବୈଠକରେ ଯୋଗ ଦେଇ ବିଜ୍ଞାନ ଓ ବୈଷୟିକ ବିଭାଗ ସଚିବ ମନୋଜ ମିଶ୍ର କହିଛନ୍ତି, ଓଡ଼ିଶା ବାୟୋଟେକ୍‌ ରୁଲ୍ସ-୨୦୧୮ ଅନୁସାରେ ବାୟୋଟେକ୍‌ରେ କାମ କରୁଥିବା ନୂତନ ଅନୁସନ୍ଧାନକାରୀ ଏବଂ ଷ୍ଟାର୍ଟ୍‌ଅପ୍‌ଗୁଡିକୁ ଜମି, ଜମିର କିସମ ପରିବର୍ତ୍ତନ, ଷ୍ଟାମ୍ପ୍‌ ଡ୍ୟୁଟି, ତାଲିମ, ପୁଞ୍ଜିନିବେଶ, ବ୍ୟାଙ୍କ ଋଣ ଉପରେ ସୁଧ ଆଦି ବିଷୟରେ ବିଭିନ୍ନ ପ୍ରକାର ରିହାତି ଦିଆଯାଉଛି। ବାୟୋଟେକ୍‌ ଇନ୍‌କୁବେଟରମାନଙ୍କୁ ଅନେକ ସହାୟତା ଦିଆଯିବା ନିମନ୍ତେ ଏମ୍‌ଏସ୍‌ଏମ୍‌ଇ ବିଭାଗର ଫଣ୍ଡ୍‌ ଅଫ ଫଣ୍ଡସ୍‌ରେ ୧୫ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଇଡ୍‌କୋ ଅଧ୍ୟକ୍ଷ ସଞ୍ଜୟ ସିଂ କହିଛନ୍ତି, ଭୁବନେଶ୍ୱର ଇନ୍‌ଫୋସିଟି ନିକଟରେ ଇଡ୍‌କୋ ଦ୍ୱାରା ଏକ ଆଧୁନିକ ଜିରୋ ହବ୍‌ ଇନ୍‌କୁବେସନ୍‌ ଭବନ ନିର୍ମାଣ କରାଯାଇଛି। ବର୍ତ୍ତମାନ ଇନ୍‌କୁବେସନ ୟୁନିଟ୍‌ ନିମନ୍ତେ ଏହି ଜିରୋ ହବ୍‌ ଭବନରୁ ୨୮ ହଜାର ବର୍ଗଫୁଟ ଜାଗା ଦିଆଯାଇପାରିବ। ଉକ୍ତ ୟୁନିଟ୍‌ରେ କୋଭିଡ ଟିକା, ମ୍ୟାଲେରିଆ ସହ ୧୦ ପ୍ରକାର ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri