ଓମିକ୍ରନ୍‌ ବିରୋଧରେ ଟିକା କାମ ଦେବନି, ନୂଆ ଟିକା ଆବଶ୍ୟକ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଅପରପକ୍ଷରେ ନୂଆ ଭାରିଆଣ୍ଟର ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସର୍ବାଧିକ ଟିକାକରଣ ଉପରେ ଧ୍ୟାନ ଦିଆଯାଉଛି। ଅପରପକ୍ଷରେ, ନୀତି ଆୟୋଗର ସଦସ୍ୟ ଡ.ଭି.କେ ପଲଙ୍କ ବିବୃତ୍ତି ନେଇ ଅଜଣା ବିପଦର ଆଶଙ୍କା କରାଯାଉଛି।

ପଲ କହିଛନ୍ତି ଯେ ପରିବର୍ତ୍ତିତ ପରିସ୍ଥିତିରେ ବର୍ତ୍ତମାନର କରୋନା ଟିକା ପ୍ରଭାବହୀନ ହେବାର ଆଶଙ୍କା ରହିଛି। ତେଣୁ କରୋନାର ନଆ ଭାରିଆଣ୍ଟ ବିରୋଧରେ ଲଢ଼େଇ ପାଇଁ ସଭିଏଁ ଏକଜୁଟ ହେବା ଆବଶ୍ୟକ। ଏହା ସହିତ ନୂଆ ଟିକାପ୍ରସ୍ତୁତି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଇଣ୍ଡିଆ ଟୁଡେ ଖବର ଅନୁଯାୟୀ, ପଲ କହିଛନ୍ତି ଯେ ବର୍ତ୍ତମାନ ଟିକା କିପରି ବିଶ୍ୱସ୍ତରରେ ପହଞ୍ଚିବା ଏବଂ କେହି ଯେପରି ଏକ୍ଷେତ୍ରରେ ପଛରେ ନ ପଡ଼ିଯାଆନ୍ତି ତାହା ନିଶ୍ଚିତ କରିବା ହେଉଛି ପ୍ରାଥମିକତା।

ମହାମାରୀର ମୁକାବିଲା ପାଇଁ ବିଜ୍ଞାନରେ ବିନିଯୋଗ ଉପରେ ମଧ୍ୟ ଗୁରୁତ୍ୱାରୋପ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ପାଲ ସିଆଇଆଇ ପାର୍ଟନରଶିପ୍‌ ସମ୍ମିଳନୀରେ ଯୋଗଦେଇ ଏଭଳି କହିଛନ୍ତି।

ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୬୧କୁ ବୃଦ୍ଧି ପାଇଛି। ଏଥି ସହିତ, ଏହା ବ୍ରିଟେନରେ ମଧ୍ୟ ଦ୍ରୁତ ଗତିରେ ବ୍ୟାପୁଛି। ବ୍ରିଟେନରେ ଚଳିତ ବର୍ଷ ଜାନୁଆରୀ ପରେ ଏବେ ସର୍ବାଧିକ କୋଭିଡ ଆକ୍ରାନ୍ତ ସଂଖ୍ୟାକୁ ରେକର୍ଡ କରିଛି।

କେବଳ ବ୍ରିଟେନରେ, ଓମିକ୍ରନ ଭାରିଆଣ୍ଟର ୫ ହଜାର ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri