ଆଜି ୧୧ ଜିଲାରେ ଟିକା ବନ୍ଦ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ଟିକା ଅଭାବ ଯୋଗୁ ଏହା କେବଳ ଭୁବନେଶ୍ୱରରେ ଚାଲିଛି। ଖୁବ୍‌ଶୀଘ୍ର ରାଜ୍ୟର ଅନ୍ୟ ସ୍ଥାନରେ ଆରମ୍ଭ ହେବ ବୋଲି କୁହାଯାଇଥିଲେ ମଧ୍ୟ ଏଥିରେ ବହୁ ବିଳମ୍ବ ହେବାର ଆଶଙ୍କା ଦେଖାଦେଇଛି। କାରଣ ଟିକା ନ ଥିବାରୁ ଏବେ ବି ବହୁ ଟିକାଦାନ କେନ୍ଦ୍ର ବନ୍ଦ ରହିଛି। ରାଜ୍ୟରେ ଥିବା ୧୫୦୦ ଟିକାକରଣ କେନ୍ଦ୍ର ମଧ୍ୟରୁ ସୋମବାର ମାତ୍ର ୨୫୬ କେନ୍ଦ୍ରରେ ଟିକାକରଣ ହୋଇଥିଲା। ମଙ୍ଗଳବାର ୧୨୩ରେ କେନ୍ଦ୍ରରେ ଟିକାକରଣ ହେବ। ତେବେ ବାଲେଶ୍ୱର, ବରଗଡ଼, ବୌଦ୍ଧ, କଟକ, ଗଜପତି, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଓ ସୋନପୁର ଆଦି ୧୧ ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ରହିବ। ରାଜ୍ୟରେ ଏବେ ୧୯,୯୦୦ ଡୋଜ୍‌ କୋଭିଶିଲ୍ଡ ଓ ୩,୧୫,୫୩୦ ଡୋଜ୍‌ କୋଭାକ୍ସିନ୍‌ ଟିକା ଗଚ୍ଛିତ ରହିଛି। ଏହାଛଡ଼ା ରାଜ୍ୟ ସରକାର ନିଜେ କିଣିଥିବା ୧,୪୩,୫୦୦ ଡୋଜ୍‌ କୋଭାକ୍ସିନ ଟିକା ରହିଛି। ଆଉ ୨୫ଲକ୍ଷ ଡୋଜ୍‌ ଟିକା ପାଇଁ ରାଜ୍ୟ ସରକାର ଅର୍ଡର ଦେଇଛନ୍ତି। ଆସନ୍ତା ଦୁଇ ତିନିଦିନ ଭିତରେ ଆଉ ଟିକା ଆସିବାର ସମ୍ଭାବନା ରହିଛି। ଆବଶ୍ୟକ ଟିକା ଆସିଗଲେ ପୁଣି ସବୁ କେନ୍ଦ୍ରରେ ଟିକାକରଣ ବ୍ୟାପକ କରାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି।
ସେପଟେ ରାଜ୍ୟରେ ଆସନ୍ତା ୫ ତାରିଖରୁ ଲକ୍‌ଡାଉନ୍‌ ହେବ। ୧୯ ତାରିଖ ସକାଳ ୫ଟା ପର୍ଯ୍ୟ ଏହା ଲାଗୁ ହେବ। ଏହି ସମୟରେ ପୂର୍ବଭଳି ସପ୍ତାହାନ୍ତ ଶଟ୍‌ଡାଉନ୍‌ ବଳବତ୍ତର ରହିବ। ତେବେ ଏହି ସମୟରେ ଟିକାକରଣ ଜାରି ରହିବ। ରବିବାରକୁ ଛାଡ଼ି ସୋମବାରରୁ ଶନିବାର ଟିକାକରଣ ହେବ। ସରକାରୀ ଛୁଟିଦିନରେ ମଧ୍ୟ ଟିକାକରଣ ହେବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏହି ସମୟରେ ନିରବଚ୍ଛିନ୍ନ ଭାବେ ଟିକାକରଣ ଚାଲୁ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଟିକାକରଣ ପାଇଁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଏହି ସମୟରେ ଯାତାୟାତ ଅନୁମତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri