ଆଜିଠୁ ୧୨ରୁ ୧୪ବର୍ଷର ପିଲାଙ୍କୁ ଟିକା

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ଦେଶରେ ବୁଧବାରଠାରୁ ୧୨ରୁ ୧୪ବର୍ଷ ବୟସର ପିଲାଙ୍କ କୋଭିଡ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। କେନ୍ଦ୍ର ସରକାରଙ୍କ ପରାମର୍ଶରେ ଓଡ଼ିଶାରେ ମଧ୍ୟ ଏହି ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏହି ବର୍ଗର ରାଜ୍ୟର ପ୍ରାୟ ୧୫.୨୧ଲକ୍ଷ ପିଲା କୋଭିଡ୍‌ ଟିକା ନେବେ। ଏବେ ରାଜ୍ୟ ସରକାରଙ୍କ ପାଖରେ ୧୫.୪୭ ଲକ୍ଷ ଡୋଜ ଟିକା ଉପଲବ୍ଧ ରହିଛି। ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବୁଧବାରଠାରୁ ୧୨ରୁ ୧୪ବର୍ଷ ବୟସର ପିଲାଙ୍କୁ କୋଭିଡ ଟିକା ଦିଆଯିବ। ୨୦୧୦ ମାର୍ଚ୍ଚ ୧୫ତାରିଖ ପୂର୍ବରୁ ଜନ୍ମିତ ପିଲାମାନେ ଏହି ଟିକା ନେବେ। ଏଥିପାଇଁ ଜନ୍ମ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ। ଏଣିକି ଜନ୍ମ ତାରିଖ ଆଧାରରେ ଟିକା ଦିଆଯିବ। ଏଥିପାଇଁ ଉଭୟ ଅନଲାଇନ ଓ ଅଫଲାଇନରେ ପଞ୍ଜୀକରଣ କରିହେବ। ୨୮ଦିନର ବ୍ୟବଧାନରେ ଦୁଇଟି ଡୋଜ ଟିକା ଦିଆଯିବ। ହାଇଦ୍ରାବାଦ କମ୍ପାନୀ ବାୟୋଲୋଜିକାଲ ଇ. ଲିମିଡେଟ ଦ୍ୱାରା ପ୍ରସ୍ତୁତ କୋର୍ବେଭାକ୍ସ ଟିକା ପିଲାଙ୍କୁ ଦିଆଯିବ। ଏହି ଟିକା ପାଇଁ ବୁଧବାର ସକାଳ ୯ଟାରୁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ଟିକାକରଣ କେନ୍ଦ୍ରରେ ମଧ୍ୟ ଟିକା ଦେବାର ସୁବିଧା ଉପଲବ୍ଧ ହେବ। ପିଲାମାନେ ନିଜ ପରିବାର ସଦସ୍ୟଙ୍କ ସହ ଅବା ଭିନ୍ନ ଭାବେ ପଞ୍ଜୀକରଣ କରିପାରିବେ। ଆଧାର କାର୍ଡ ନ ଥିଲେ ପିଲାଙ୍କ ସ୍କୁଲ ଆଇକାର୍ଡରେ ପଞ୍ଜୀକରଣ କରିହେବ। ଚାରିଜଣିଆ ସଦସ୍ୟ ବିଶିଷ୍ଟ ପରିବାର ଗୋଟିଏ ମୋବାଇଲ ନମ୍ବରରେ ପଞ୍ଜୀକରଣ କରିପାରିବେ।
ଶିକ୍ଷକମାନେ ଏହି ଟିକାକରଣ ଅଭିଯାନରେ ସହଯୋଗ କରିବେ। ପ୍ରଥମ ପର୍ଯ୍ୟାୟରେ ସ୍କୁଲ ସମୟରେ ଏହି ଟିକାକରଣ କାର୍ଯ୍ୟ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସହ ସମନ୍ବୟ ରକ୍ଷା କରି ଶିକ୍ଷା ବିଭାଗ ଏହି ଟିକାକରଣ ଅଭିଯାନକୁ ସୁଗମ କରାଇବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଜାନୁୟାରୀ ୩ରୁ ରାଜ୍ୟ ସରକାର ୧୫ରୁ ୧୮ବର୍ଷ ବୟସର ସମସ୍ତ ପିଲାଙ୍କ କୋଭିଡ୍‌ ଟିକାକରଣ କରାଇଥିଲେ। ଏଥିସହ ୬୦ବର୍ଷ ବୟସରୁ ଅଧିକ ସମସ୍ତ ବ୍ୟକ୍ତି ବୁଧବାରଠୁ ବୁଷ୍ଟର ଡୋଜ ନେଇପାରିବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri