‘୩୦ ସୁଦ୍ଧା ଆସିପାରେ ଟିକା’

ଭୁବନେଶ୍ୱର, ୫।୧(ବ୍ୟୁରୋ): ଚଳିତ ମାସରେ ଓଡ଼ିଶାକୁ କରୋନା ଟିକା ଆସିଯାଇପାରେ। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁୟାରୀ ୩୦ ସୁଦ୍ଧା ଟିକା ଆସିଯିବ ବୋଲି ବିଶ୍ୱାସ କରାଯାଉଛି। ପ୍ରଥମେ କରୋନା ଯୋଦ୍ଧାଙ୍କୁ ଟିକା ଦିଆଯିବ। ତା’ପରେ ବୟସ୍କଙ୍କୁ ଦେବା ପାଇଁ ଆଲୋଚନା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଆସିଲେ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ସେପଟେ ଭାରତରେ ଦୁଇଟି ଟିକାକୁ ଡିସିଜିଆଇ ଅନୁମୋଦନ ଦେବାପରେ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଡିଏମ୍‌ଇଟି ପ୍ରଫେସର ସିବିକେ ମହାନ୍ତି କହିଛନ୍ତି, କେନ୍ଦ୍ର ସରକାର ରାଜ୍ୟକୁ ଟିକା ଦେବା ପରେ ତତ୍‌କ୍ଷଣାତ୍‌ ଟିକାକରଣ କରାଯିବ। ପ୍ରାଥମିକ ସ୍ତରରେ ପ୍ରସ୍ତୁତ ହୋଇଥିବା ଡାଟାବେସ୍‌ ଅନୁସାରେ ପ୍ରଥମେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ପାଖରେ ଦାବି କରାଯାଇଛି। ବୟସ୍କ ଓ ସମ୍ମୁଖ ଯୋଦ୍ଧାଙ୍କ ଡାଟାବେସ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରସ୍ତୁତ ହେବ। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ପ୍ରାଥମିକ ପର୍ଯ୍ୟାୟରେ ୩ ଲକ୍ଷ ୨୭ ହଜାର ସ୍ବାସ୍ଥ୍ୟ କର୍ମୀଙ୍କ ତାଲିକା ପ୍ରସ୍ତୁତ ହୋଇଛି। ଆହୁରି ଅଧିକ ସ୍ବାସ୍ଥ୍ୟ କର୍ମୀଙ୍କୁ ସାମିଲ କରାଯିବ।
ଅପରପକ୍ଷରେ ନୂଆବର୍ଷ ଆଣିଦେଇଛି ଖୁସି ଖବର। ରାଜ୍ୟରେ ଦୈନିକ ସଂକ୍ରମଣ ଦୁଇଶହ ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୬ଜଣ କ୍ୱାରଣ୍ଟାଇନ ସେଣ୍ଟରରୁ ଥିବାବେଳେ ୭୭ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚତ୍ଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ କମିଯାଇଛି। ଗତ ୨୪ଘଣ୍ଟାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ରହିଛନ୍ତି। ଏବେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୮୮୫କୁ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri