ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ ଟିକାକରଣ କେନ୍ଦ୍ର ସମେତ ୧୦ଟି ଡ୍ରାଇଭ ଇନ୍‌ ଭାକ୍ସିନେଶସନ କେନ୍ଦ୍ରରେ ମଧ୍ୟ ଟିକା କରଣ କରାଯାଉଛି। ଏହି ତାଲିକାରେ ଏବେ ଆଉ ୪ଟି ସ୍ଥାନ ଯୋଡି ହୋଇଛି। ସତ୍ୟନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଜୟଦେବ ବିହାରସ୍ଥିତ ଇଏସ୍‌ଆଇ ହସ୍ପିଟାଲ, ୟୁନିଟ-୪ସ୍ଥିତ ସିଜିଏଚ୍‌ଏସ୍‌ ହସ୍ପିଟାଲ ଓ ଭରତପୁରସ୍ଥିତ ସେଣ୍ଟ୍ରାଲ୍‌ ଆୟୁର୍ବେଦିକ ଇନ୍‌ଷ୍ଟିଚ୍ୟୁଟ୍‌ ଠାରେ ନୂତନ କେନ୍ଦ୍ର ଖୋଲା ଯାଇଛି। ଏଠାରେ ୧୮ରୁ ୪୪ବର୍ଗଙ୍କୁ ପ୍ରଥମ ଡୋଜ୍‌ ଏବଂ ୪୫ରୁ ଊର୍ଦ୍ଧ୍ୱ ବର୍ଗଙ୍କ ପାଇଁ ଉଭୟ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ପ୍ରଦାନ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଏଠାରେ ଟିକାକରଣ କରାଯିବ। ଏନେଇ ସୋମବାର ସନ୍ଧ୍ୟା ୭ଟାରୁ ବୁକିଂ ଆରମ୍ଭ ହୋଇଯାଇଛି। ସକଳା ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉଭୟ ବର୍ଗଙ୍କୁ ଟିକା ଦିଆଯିବ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?