Posted inଜାତୀୟ

ଗୁଜରାଟ ଡଙ୍ଗା ବୁଡ଼ି ମାମଲାରେ ସରକାରଙ୍କ କଡ଼ା ପଦକ୍ଷେପ: ୧୮ ଜଣଙ୍କ ନାମରେ ରୁଜୁ ହେଲା ମାମଲା

ବଡ଼ୋଦରା,୧୯।୧: ଗୁଜରାଟ ବଡ଼ୋଦରା ଜିଲା ଅଧୀନ ହାରନି ହ୍ରଦରେ ଡଙ୍ଗା ବୁଡ଼ି ୧୪ ଛାତ୍ରୀଛାତ୍ରଙ୍କ ସହ ୨ଜଣ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ୧୦ଜଣ ପିଲାଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷେ କଂଗ୍ରେସ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେଉଁ ପରିସ୍ଥିତି ଏଭଳି ଦୁର୍ଘଟଣା ଘଟିଲା ତାହାର ତଦନ୍ତ ଦାବି କରିଛନ୍ତି। ଏନେଇ ପୋଲିସ ପକ୍ଷରୁ ୧୮ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏପରିକି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ୯ ଜଣିଆ ଟିମ୍‌ ଗଠନ କରାଯାଇଛି। ଅଭିଯୁକ୍ତକୁ ଗିରଫ କରି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ବଡ଼ୋଦରା ଜିଲାର ଏକ ଘରୋଇ ସ୍କୁଲ୍‌ର ୨୭ ଜଣ ଛାତ୍ରୀଛାତ୍ର ବଣଭୋଜି କରିବାକୁ ହାରନି ହ୍ରଦକୁ ଯାଇଥିଲେ। ପରେ ସେମାନେ ଡଙ୍ଗା ଯୋଗେ ନୌକା ବିହାରରେ ବାହାରିଥିଲେ। ସେତିକିବେଳେ ଡ଼ଙ୍ଗା ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ୧୪ଜଣ ଛାତ୍ରୀଛାତ୍ରଙ୍କ ସହ ୨ଜଣ ଶିକ୍ଷକ ଏହିପରି ମୋଟ ୧୬ଜଣଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ଡଙ୍ଗାରେ ଯାଇଥିବା ସମସ୍ତେ ଲାଇଫ୍‌ ଜାକେଟ ପିନ୍ଧି ନ ଥିବା ଜଣାପଡିଛି। ଦୁର୍ଘଟଣା ପାଇଁ ଯିଏ ଦାୟୀ, ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବଡ଼ୋଦରା ଏମ୍‌ପି ରଞ୍ଜନବେନ୍‌ ଧନଞ୍ଜୟ ଭଟ୍ଟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri