Posted inଜାତୀୟ

ଗୁଜରାଟ ଡଙ୍ଗା ବୁଡ଼ି ମାମଲାରେ ସରକାରଙ୍କ କଡ଼ା ପଦକ୍ଷେପ: ୧୮ ଜଣଙ୍କ ନାମରେ ରୁଜୁ ହେଲା ମାମଲା

ବଡ଼ୋଦରା,୧୯।୧: ଗୁଜରାଟ ବଡ଼ୋଦରା ଜିଲା ଅଧୀନ ହାରନି ହ୍ରଦରେ ଡଙ୍ଗା ବୁଡ଼ି ୧୪ ଛାତ୍ରୀଛାତ୍ରଙ୍କ ସହ ୨ଜଣ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ୧୦ଜଣ ପିଲାଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷେ କଂଗ୍ରେସ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେଉଁ ପରିସ୍ଥିତି ଏଭଳି ଦୁର୍ଘଟଣା ଘଟିଲା ତାହାର ତଦନ୍ତ ଦାବି କରିଛନ୍ତି। ଏନେଇ ପୋଲିସ ପକ୍ଷରୁ ୧୮ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏପରିକି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ୯ ଜଣିଆ ଟିମ୍‌ ଗଠନ କରାଯାଇଛି। ଅଭିଯୁକ୍ତକୁ ଗିରଫ କରି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ବଡ଼ୋଦରା ଜିଲାର ଏକ ଘରୋଇ ସ୍କୁଲ୍‌ର ୨୭ ଜଣ ଛାତ୍ରୀଛାତ୍ର ବଣଭୋଜି କରିବାକୁ ହାରନି ହ୍ରଦକୁ ଯାଇଥିଲେ। ପରେ ସେମାନେ ଡଙ୍ଗା ଯୋଗେ ନୌକା ବିହାରରେ ବାହାରିଥିଲେ। ସେତିକିବେଳେ ଡ଼ଙ୍ଗା ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ୧୪ଜଣ ଛାତ୍ରୀଛାତ୍ରଙ୍କ ସହ ୨ଜଣ ଶିକ୍ଷକ ଏହିପରି ମୋଟ ୧୬ଜଣଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ଡଙ୍ଗାରେ ଯାଇଥିବା ସମସ୍ତେ ଲାଇଫ୍‌ ଜାକେଟ ପିନ୍ଧି ନ ଥିବା ଜଣାପଡିଛି। ଦୁର୍ଘଟଣା ପାଇଁ ଯିଏ ଦାୟୀ, ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବଡ଼ୋଦରା ଏମ୍‌ପି ରଞ୍ଜନବେନ୍‌ ଧନଞ୍ଜୟ ଭଟ୍ଟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri