Posted inଖେଳ

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ପ୍ରତିପକ୍ଷ ହାଇଦ୍ରାବାଦ୍‌ ସମ୍ମୁଖରେ ୨୨୯ ରନର ବିଶାଳ ଟାର୍ଗେଟ ଛିଡ଼ା କରିଛି। ଏହି ମ୍ୟାଚ୍‌ରେ ହାଇଦ୍ରାବାଦ୍‌ର ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ ଦଳକୁ ଫେରିଛନ୍ତି। ବୈଭବ ୩୬ ବଲରେ ଶତକ ପୂରଣ କରିଛନ୍ତି, ଯାହାକି ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ଦ୍ୱିତୀୟ ଦ୍ରୁତତମ। ଭାରତୀୟଙ୍କ ମଧ୍ୟରେ ଦ୍ରୁତତମ ଶତକ କରିବାର ରେକର୍ଡ ମଧ୍ୟ ତାଙ୍କ ନାମରେ ରହିଛି, ଯାହାକି ସେ ଗତ ବର୍ଷ ହାସଲ କରିଥିଲେ।

ପାଇ ବ୍ୟାଟିଂ କରିଥିବା ରାଜସ୍ଥାନ ପାଇଁ ବୈଭବ ପ୍ରଥମ ଓଭରରେ ପ୍ରଫୁଲ ହିଙ୍ଗେଙ୍କୁ ଲଗାତର ୪ ଛକା ମାରିଥିଲେ। ଟି୨୦ ଇତିହାସରେ ପ୍ରଥମ ଓଭରରେ ପ୍ରଥମ ଥର ବ୍ୟାଟର ଭାବେ ବୈଭବ ୪ ଛକା ଲଗାଇଥିଲେ। ଯଶସ୍ୱୀ ଜୟସ୍ୱାଲ (୮) ଆଉଟ୍‌ ହେବା ପରେ ବୈଭବ, ଧ୍ରୁବ ଜୁରେଲ ଦ୍ୱିତୀୟ ଉଇକେଟରେ ୧୧୨ ରନ ଯୋଡ଼ିଥିଲେ। ଜୁରେଲ (୩୫ ବଲ, ୫୧ ରନ୍‌, ୮ ଚୌକା ଓ ୧ ଛକା) ଅର୍ଦ୍ଧଶତକ ଓ ବୈଭବ ୩୬ ବଲରେ ଶତକ ପୂରଣ କରିବା ପରେ ଆଉଟ୍‌ ହୋଇଥିଲେ। ବୈଭବ ୩୭ ବଲରେ ୫ ଚୌକା ଓ ୧୨ ଛକା ସହାୟତାରେ ୧୦୩ ରନ କରି ଆଉଟ୍‌ ହୋଇଥିଲେ।

ଏହା ଆଇପିଏଲ୍‌ରେ ତାଙ୍କର ଦ୍ୱିତୀୟ ଶତକ। ଅଧିନାୟକ ରିଆନ ପରାଗ(୭) ଫେଲ୍‌ ମାରିଥିବା ବେଳେ ଡୋନୋଭାନ ଫରେରା ୧୬ ବଲରେ ୩୩ (୩ ଲେଖାଏ ଚୌକା ଓ ଛକା) ରନ କରି ଆଉଟ୍‌ ହୋଇଥିଲେ। ଫଳରେ ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୨୮ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri