Posted inଖେଳ

ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, ଭାଇରାଲ ହେଉଛି ରିଆକ୍ସନ

ନୂଆଦିଲ୍ଲୀ,୧୬।୧୦ : ନିଜର ଧୂଆଁଧାର ବ୍ୟାଟିଂ ଶୈଳୀ ପାଇଁ ଦେଶବିଦେଶରେ ଚର୍ଚ୍ଚାରେ ଥିବା ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏସୀୟ କ୍ରୀଡ଼ାରେ ପଦକ ଜିତି ଦେଶକୁ ଗୌରବାନ୍ୱିତ କରିଥିବା ଖେଳାଳିମାନଙ୍କ ସହ ଗୁରୁବାର ପ୍ରଧାନମନ୍ତ୍ରୀ ସାକ୍ଷାତ କରିଥିଲେ । ଏହି ଅବସରରେ ଭାରତୀୟ ପୁରୁଷ କ୍ରିକେଟ୍ ଦଳର ଖେଳାଳିମାନେ ମଧ୍ୟ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ, ଏଥର ଏସୀୟ କ୍ରୀଡ଼ାରେ ଭାରତ ପାଇଁ ପଦକ ଜିତିଥିବା କେତେକ ଖେଳାଳିଙ୍କ ବୟସ ମାତ୍ର ୧୫ରୁ ୧୭ ବର୍ଷ ମଧ୍ୟରେ । ଏତେ କମ୍ ବୟସରେ ଉତ୍କୃଷ୍ଟ ପ୍ରଦର୍ଶନ କରି ସେମାନେ ଦେଶର ଗୌରବ ବଢ଼ାଇବା ସହ ଦେଶବାସୀଙ୍କ ହୃଦୟ ଜିଣିଛନ୍ତି । ଏହି କଥା କହିବା ସମୟରେ କ୍ୟାମେରା ବୈଭବ ସୂର୍ଯ୍ୟବଂଶୀଙ୍କ ଆଡ଼କୁ ଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ଶୁଣି ୧୫ ବର୍ଷୀୟ ବୈଭବ ହସୁଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।

ମୋଦି ଆହୁରି କହିଥିଲେ ଯେ ସଫଳତା ପାଇଁ ବୟସ କେବେ ବାଧକ ହୋଇପାରେ ନାହିଁ। କମ୍ ବୟସରୁ ଖେଳ ଆରମ୍ଭ କରିବା ଭବିଷ୍ୟତରେ ଖେଳାଳିଙ୍କ ପାଇଁ ଏକ ବଡ଼ ସୁଯୋଗ ସୃଷ୍ଟି କରେ । ତେଣୁ ଛୋଟ ବୟସରୁ ପ୍ରତିଭା ଚିହ୍ନଟ କରିବା ଆବଶ୍ୟକ। ଖେଲୋ ଇଣ୍ଡିଆ ଓ ଇମର୍ଜିଂ ଖେଲୋ ଇଣ୍ଡିଆ ଭଳି କାର୍ଯ୍ୟକ୍ରମ ମାଧ୍ୟମରେ ଆଗାମୀ ଦିନରେ ହଜାର ହଜାର ଖେଳାଳିଙ୍କୁ ସୁଯୋଗ ମିଳିବ ବୋଲି ସେ କହିଥିଲେ।

ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ କ୍ରିକେଟ୍ ଦଳ ସ୍ୱର୍ଣ୍ଣ ପଦକ ଜିତିଥିଲା। ସିଡିଂ ବ୍ୟବସ୍ଥା ଅନୁଯାୟୀ ଭାରତ ସିଧାସଳଖ କ୍ୱାର୍ଟର ଫାଇନାଲ୍‌ରେ ପ୍ରବେଶ କରିଥିଲା। କ୍ୱାର୍ଟର ଫାଇନାଲ୍‌ରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ ବର୍ଷା ଯୋଗୁଁ ଖେଳାଯାଇପାରି ନଥିଲା। ଉନ୍ନତ ରାଙ୍କିଂ ଆଧାରରେ ଭାରତ ସେମିଫାଇନାଲ୍‌ରେ ପହଞ୍ଚିଥିଲା। ସେମିଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରିଥିବା ଭାରତ ଫାଇନାଲ୍‌ରେ ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ପଦକ ହାସଲ କରିଥିଲା। ଏହି ପ୍ରତିଯୋଗିତାରେ ବୈଭବ ଦୁଇଟି ଇନିଂସ୍‌ରୁ ମୋଟ ୫୩ ରନ୍ ସଂଗ୍ରହ କରିଥିଲେ।

ସେହିପରି ଭାରତୀୟ ମହିଳା କ୍ରିକେଟ୍ ଦଳ ମଧ୍ୟ ସ୍ୱର୍ଣ୍ଣ ପଦକ ଜିତିଥିଲା। ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ପରାସ୍ତ କରି ମହିଳା ଦଳ ଏହି ସଫଳତା ହାସଲ କରିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?