Posted inଖେଳ

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ ଅଫଗାନିସ୍ତାନ ବିପକ୍ଷ ଆଗାମୀ ଟି-୨୦ ସିରିଜ୍‌ରେ ତାଙ୍କୁ ଚୂଡ଼ାନ୍ତ ଏକାଦଶ (Playing 11)ରେ ସୁଯୋଗ ନଦେବା ପାଇଁ ପୂର୍ବତନ ଅଧିନାୟକ ଅଜିଙ୍କ୍ୟ ରାହାଣେ ପରାମର୍ଶ ଦେଇଛନ୍ତି। ରହାଣେଙ୍କ ମତରେ ସଞ୍ଜୁ ସାମସନଙ୍କୁ ଅଭିଷେକ ଶର୍ମାଙ୍କ ସହ ଓପନିଂ କରିବାର ସୁଯୋଗ ମିଳିବା ଉଚିତ୍।

ନିଜ ୟୁଟ୍ୟୁବ୍ ଚ୍ୟାନେଲ୍‌ରେ ଆଲୋଚନା କରି ରାହାଣେ କହିଛନ୍ତି, “ମୋ ମତରେ ଟି-୨୦ ୱାର୍ଲ୍ଡକପ୍‌ରେ ଖେଳିଥିବା ଶୀର୍ଷ ୩ ଜଣ ବ୍ୟାଟର ହିଁ ଏହି ସିରିଜ୍‌ରେ ଓପନିଂ ଓ ଟପ୍ ଅର୍ଡର ସମ୍ଭାଳିବା ଦରକାର। ସଞ୍ଜୁ ସାମସନ ବହୁତ ଭଲ ପ୍ରଦର୍ଶନ କରିଥିଲେ, କିନ୍ତୁ କିଛି ଖରାପ ପାରି ଯୋଗୁ ତାଙ୍କୁ ବାଦ୍‌ ଦିଆଯାଇଥିଲା। ମୁଁ ଚାହୁଁଛି ସଞ୍ଜୁଙ୍କୁ ଆଉ ଗୋଟିଏ ସୁଯୋଗ ମିଳୁ। ଅଭିଷେକ ଶର୍ମା, ସଞ୍ଜୁ ସାମସନ ଏବଂ ଇଶାନ କିଷାନ ଶୀର୍ଷ ୩ ସ୍ଥାନରେ ଖେଳିବା ଉଚିତ୍। ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ଆଗକୁ ସୁଯୋଗ ମିଳିବ, ତାଙ୍କ ସମୟ ଆସିବ, କିନ୍ତୁ ଏବେ ପାଇଁ ସେ ଅପେକ୍ଷା କରିବା ଉଚିତ୍।”

ଇଂଲଣ୍ଡ ଏବଂ ଜିମ୍ବାବୱେ ସିରିଜ୍‌ରେ ଡେବ୍ୟୁ କରିଥିବା ବୈଭବ ସୂର୍ଯ୍ୟବଂଶୀ ୬ଟି ମ୍ୟାଚ୍‌ରେ ୩୨.୧୬ ହାରରେ ୧୯୩ ରନ୍ ସଂଗ୍ରହ କରିବା ସହ ୨ଟି ଅର୍ଦ୍ଧଶତକ ହାସଲ କରିସାରିଛନ୍ତି। ନିକଟରେ ଶେଷ ହୋଇଥିବା ଦୁଲୀପ ଟ୍ରଫିରେ ମଧ୍ୟ ତାଙ୍କୁ ଦେଖିବାକୁ ପ୍ରଶଂସକଙ୍କ ଭିଡ଼ ଜମିଥିଲା। ତେବେ ଟିମ୍ କମ୍ବିନେସନ୍‌କୁ ଦୃଷ୍ଟିରେ ରଖି ପ୍ରଥମ ଦୁଇଟି ମ୍ୟାଚ୍‌ରେ ସୂର୍ଯ୍ୟବଂଶୀଙ୍କୁ ବ୍ୟାକ୍‌ଅପ୍ ଓପନର୍ ଭାବେ ବେଞ୍ଚରେ ବସାଯାଇପାରେ ଏବଂ ତୃତୀୟ ମ୍ୟାଚ୍‌ରେ ସୁଯୋଗ ମିଳିପାରେ ବୋଲି ଆଶଙ୍କା କରାଯାଉଛି।

ଏବେ ଦେଖିବାକୁ ବାକି ରହିଲା ଅଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ରେ ଟିମ୍‌ ମ୍ୟାନେଜମେଣ୍ଟ୍‌ ରାହାଣେଙ୍କ ପରାମର୍ଶ ଗ୍ରହଣ କରୁଛନ୍ତି ନା ଫର୍ମରେ ଥିବା ସୂର୍ଯ୍ୟବଂଶୀଙ୍କ ଉପରେ ପୁଣି ଭରସା ଦେଖାଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?