ହଠାତ୍‌ ଧୋନୀଙ୍କ ପାଦ ଛୁଇଁଲେ ବୈଭବ ସୂର୍ଯ୍ୟବଂଶୀ: ଭିଡିଓ ଭାଇରାଲ୍‌

ଜୟପୁର,୨୧।୫: ରାଜସ୍ଥାନ ରୟାଲ୍ସର ଯୁବ ଓପନର ବୈଭବ ସୂର୍ଯ୍ୟବଂଶୀ ମହେନ୍ଦ୍ର ସିଂହ ଧୋନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇ IPL 2025 ସିଜିନ ଶେଷ କରିଥିଲେ। ନୂଆଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ରାଜସ୍ଥାନ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମୁହାଁମୁହିଁ ହୋଇଥିଲେ। ଏହା ଚଳିତ ସିଜିନରେ ରାଜସ୍ଥାନର ଶେଷ ମ୍ୟାଚ ଥିଲା ଏବଂ ୧୪ ବର୍ଷୀୟ ବୈଭବ ଏହି ମ୍ୟାଚ୍‌ରେ ମଧ୍ୟ ନିଜର ଛାପ ଛାଡ଼ିବାରେ ସଫଳ ହୋଇଥିଲେ।

ମ୍ୟାଚ ପରେ ଧୋନୀ ଏବଂ ବୈଭବ ପରସ୍ପରକୁ ଭେଟିଥିଲେ। ପରେ ବୈଭବ ମାହିଙ୍କ ପାଦ ଛୁଇଁଥିଲେ। ଧୋନୀତାଙ୍କୁ ଅଟକାଉଥିବାର ଦେଖାଯାଇଥିଲା। ବୈଭବ ଆଇପିଏଲରେ ଖେଳିଥିବା ସବୁଠାରୁ ଯୁବ ଖେଳାଳି ଏବଂ ସେ ତାଙ୍କର ପ୍ରଥମ ସିଜିନରେ ଚର୍ଚ୍ଚାରେ ଥିଲେ। ବୈଭବ ଏହି ସିଜିନରେ ୭ଟି ମ୍ୟାଚ ଖେଳିବାର ସୁଯୋଗ ପାଇଥିଲେ ଏବଂ ୨୦୬.୫୬ ଷ୍ଟ୍ରାଇକ ରେଟ ଏବଂ ୩୬ ଆଭରେଜରେ ୨୫୨ ରନ କରିଥିଲେ। ମେଗା ନିଲାମରେ ରାଜସ୍ଥାନ ବୈଭବଙ୍କୁ କିଣିଥିଲା ଏବଂ ବ୍ୟାଟସମ୍ୟାନ ଦଳର ଆଶା ପୂରଣ କରିଥିଲେ। ତଥାପି, ରାଜସ୍ଥାନ ଦଳ ପ୍ଲେଅଫରେ ପ୍ରବେଶ କରିପାରି ନ ଥିଲା ଏବଂ ଏହାର ଯାତ୍ରା ଗ୍ରୁପ ପର୍ଯ୍ୟାୟରେ ହିଁ ଶେଷ ହୋଇଯାଇଥିଲା।

ବୈଭବ ଏବଂ ସଞ୍ଜୁ ସାମସନଙ୍କ ମଧ୍ୟରେ ୯୦+ ରନର ଭାଗୀଦାରି ବଳରେ, ରାଜସ୍ଥାନ ରୟାଲ୍ସ ଚେନ୍ନାଇ ସୁପର କିଙ୍ଗସକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଟସ ହାରି ପ୍ରଥମେ ବ୍ୟାଟିଂ କରିବା ପରେ, ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ, ରାଜସ୍ଥାନ ୧୭.୧ ଓଭରରେ ଚାରି ଉଇକେଟ ହରାଇ ୧୮୮ ରନ କରିଥିଲା ଏବଂ ଟୁର୍ନାମେଣ୍ଟର ଚତୁର୍ଥ ବିଜୟ ହାସଲ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri