ହଠାତ୍‌ ଧୋନୀଙ୍କ ପାଦ ଛୁଇଁଲେ ବୈଭବ ସୂର୍ଯ୍ୟବଂଶୀ: ଭିଡିଓ ଭାଇରାଲ୍‌

ଜୟପୁର,୨୧।୫: ରାଜସ୍ଥାନ ରୟାଲ୍ସର ଯୁବ ଓପନର ବୈଭବ ସୂର୍ଯ୍ୟବଂଶୀ ମହେନ୍ଦ୍ର ସିଂହ ଧୋନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇ IPL 2025 ସିଜିନ ଶେଷ କରିଥିଲେ। ନୂଆଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ରାଜସ୍ଥାନ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମୁହାଁମୁହିଁ ହୋଇଥିଲେ। ଏହା ଚଳିତ ସିଜିନରେ ରାଜସ୍ଥାନର ଶେଷ ମ୍ୟାଚ ଥିଲା ଏବଂ ୧୪ ବର୍ଷୀୟ ବୈଭବ ଏହି ମ୍ୟାଚ୍‌ରେ ମଧ୍ୟ ନିଜର ଛାପ ଛାଡ଼ିବାରେ ସଫଳ ହୋଇଥିଲେ।

ମ୍ୟାଚ ପରେ ଧୋନୀ ଏବଂ ବୈଭବ ପରସ୍ପରକୁ ଭେଟିଥିଲେ। ପରେ ବୈଭବ ମାହିଙ୍କ ପାଦ ଛୁଇଁଥିଲେ। ଧୋନୀତାଙ୍କୁ ଅଟକାଉଥିବାର ଦେଖାଯାଇଥିଲା। ବୈଭବ ଆଇପିଏଲରେ ଖେଳିଥିବା ସବୁଠାରୁ ଯୁବ ଖେଳାଳି ଏବଂ ସେ ତାଙ୍କର ପ୍ରଥମ ସିଜିନରେ ଚର୍ଚ୍ଚାରେ ଥିଲେ। ବୈଭବ ଏହି ସିଜିନରେ ୭ଟି ମ୍ୟାଚ ଖେଳିବାର ସୁଯୋଗ ପାଇଥିଲେ ଏବଂ ୨୦୬.୫୬ ଷ୍ଟ୍ରାଇକ ରେଟ ଏବଂ ୩୬ ଆଭରେଜରେ ୨୫୨ ରନ କରିଥିଲେ। ମେଗା ନିଲାମରେ ରାଜସ୍ଥାନ ବୈଭବଙ୍କୁ କିଣିଥିଲା ଏବଂ ବ୍ୟାଟସମ୍ୟାନ ଦଳର ଆଶା ପୂରଣ କରିଥିଲେ। ତଥାପି, ରାଜସ୍ଥାନ ଦଳ ପ୍ଲେଅଫରେ ପ୍ରବେଶ କରିପାରି ନ ଥିଲା ଏବଂ ଏହାର ଯାତ୍ରା ଗ୍ରୁପ ପର୍ଯ୍ୟାୟରେ ହିଁ ଶେଷ ହୋଇଯାଇଥିଲା।

ବୈଭବ ଏବଂ ସଞ୍ଜୁ ସାମସନଙ୍କ ମଧ୍ୟରେ ୯୦+ ରନର ଭାଗୀଦାରି ବଳରେ, ରାଜସ୍ଥାନ ରୟାଲ୍ସ ଚେନ୍ନାଇ ସୁପର କିଙ୍ଗସକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଟସ ହାରି ପ୍ରଥମେ ବ୍ୟାଟିଂ କରିବା ପରେ, ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ, ରାଜସ୍ଥାନ ୧୭.୧ ଓଭରରେ ଚାରି ଉଇକେଟ ହରାଇ ୧୮୮ ରନ କରିଥିଲା ଏବଂ ଟୁର୍ନାମେଣ୍ଟର ଚତୁର୍ଥ ବିଜୟ ହାସଲ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

୬ଷ୍ଠ ଶ୍ରେଣୀ ପିଲାଙ୍କୁ ତ୍ରିଭାଷା ନୀତିରେ କୋହଳ କର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୦।୯: ସିବିଏସ୍‌ଇର ତ୍ରିଭାଷା ନୀତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟ ଚଳିତ ଶିକ୍ଷାବର୍ଷ ପାଇଁ ୬ଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଏହି ନୀତିରୁ ବାଦ୍‌ ଦେବାକୁ ବିଚାର…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri