Posted inTrending, ଖେଳ

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଧୂଆଁଧାର ଇନିଂସ୍‌ରେ ଶେଷରେ ବ୍ରେକ ଲାଗିଛି। ଶ୍ରୀଲଙ୍କା ଅଧିନାୟକ ସହାନ ଆରାଛିଗେଙ୍କ ବଲ୍‌ରେ ସେ ଆଉଟ ହୋଇଥିବା ବେଳେ ସିନେଥ ଜୟବର୍ଦ୍ଧନେ ଏକ ଚମତ୍କାର କ୍ୟାଚ ଧରିଥିଲେ।

ବୈଭବ ମାତ୍ର ୨୧ଟି ବଲ୍‌ରେ ସାମ୍ନା କରି ୩୮ ରନ୍‌ର ଦ୍ରୁତ ପାଳି ଖେଳିଥିଲେ। ତାଙ୍କ ଷ୍ଟ୍ରାଇକ ରେଟ ୧୮୦.୯୫ ରହିଥିଲା। ଏହି ଇନିଂସ୍‌ରେ ତାଙ୍କ ବ୍ୟାଟ୍‌ରୁ ୬ଟି ଚୌକା ଓ ୨ଟି ଛକା ଦେଖିବାକୁ ମିଳିଥିଲା। ବୈଭବଙ୍କ ଆଉଟ ହେବାର ଢଙ୍ଗ ମଧ୍ୟ ଚର୍ଚ୍ଚାରେ ରହିଛି। ସେ ଆରାଛିଗେଙ୍କ ବଲ୍‌ରେ କ୍ରିଜ ଛାଡ଼ି ଅଫ ଷ୍ଟମ୍ପ ବାହାରକୁ ଯାଉଥିବା ବଲ୍‌କୁ ଖେଳିବାକୁ ଚେଷ୍ଟା କରିଥିଲେ।

ତେବେ ବଲ୍‌ରୁ ଟର୍ନ ଓ ଗତିକୁ ଠିକ ଭାବେ ବୁଝିନପାରିବାରୁ ବଲ ତାଙ୍କ ବ୍ୟାଟ୍‌ରେ ଏଜ ଲାଗି ଶର୍ଟ ଥାର୍ଡ ମ୍ୟାନ ଅଞ୍ଚଳକୁ ଉଠିଯାଇଥିଲା। ସେଠାରେ ସିନେଥ ଜୟବର୍ଦ୍ଧନେ କୌଣସି ଭୁଲ ନ କରି ଉଚ୍ଚକୁ ଉଠି କ୍ୟାଚ ଧରିଥିଲେ। ଫଳରେ ଏକ ଆକର୍ଷଣୀୟ ପାଳି ଖେଳିଥିବା ବୈଭବଙ୍କୁ ପ୍ୟାଭିଲିୟନ ଫେରିବାକୁ ପଡ଼ିଥିଲା।

ବୈଭବ ସୂର୍ଯ୍ୟବଂଶୀ ଭାରତ ପାଇଁ ଏପର୍ଯ୍ୟନ୍ତ ୭ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ୭ଟି ଇନିଂସ୍‌ରୁ ସେ ୩୨.୧୭ ହାରରେ ମୋଟ ୨୩୧ ରନ ସଂଗ୍ରହ କରିଛନ୍ତି। ଏଥିରେ ୨ଟି ଅର୍ଦ୍ଧଶତକ ସାମିଲ ଅଛି। ତାଙ୍କ ସର୍ବାଧିକ ସ୍କୋର ହେଉଛି ୮୧ ରନ। ଶ୍ରୀଲଙ୍କା ବିପକ୍ଷ ସେମିଫାଇନାଲରେ ୩୮ ରନ୍‌ର ଦ୍ରୁତ ପାଳି ଖେଳି ବୈଭବ ପୁଣିଥରେ ନିଜ ଆକ୍ରମଣାତ୍ମକ ବ୍ୟାଟିଂର ଝଲକ ଦେଖାଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?