Posted inଖେଳ

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ ରୟାଲ୍ସ ସହିତ ପ୍ରଶିକ୍ଷଣ ଶିବିରରେ ଅଛନ୍ତି। ସେ ଆଇପିଏଲ ୨୦୨୬ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ବରିଷ୍ଠ ଭାରତୀୟ ଦଳର ଜର୍ସି ପିନ୍ଧି ଭବିଷ୍ୟତରେ ବିଶ୍ୱକପ କିମ୍ବା ଟି୨୦ ବିଶ୍ୱକପ ରେ ତାଙ୍କ ଦେଶ ପାଇଁ ଖେଳିବା ତାଙ୍କର ପ୍ରକୃତ ଲକ୍ଷ୍ୟ। ସେହି ସ୍ବପ୍ନକୁ ପୂରଣ କରିବା ପାଇଁ, ବୈଭବ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ମଟନ ଏବଂ ଚିକେନ ଖାଇବା ଛାଡ଼ି ଦେଇଛନ୍ତି।

ବୈଭବଙ୍କ ପିତା ସଞ୍ଜୀବ ସୂର୍ଯ୍ୟବଂଶୀ ଏକ ସାକ୍ଷାତକାରରେ ପ୍ରକାଶ କରିଛନ୍ତି ଯେ, ତାଙ୍କ ପୁଅ ଏବେ ମଟନ ଏବଂ ଚିକେନ ଖାଇବା ଛାଡ଼ି ଦେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପଛରେ ବୈଭବଙ୍କ ଫିଟନେସ ସହିତ ଜଡିତ କାରଣ। ଟିମ ଇଣ୍ଡିଆର ସିନିୟର ଦଳରେ ଯଥାଶୀଘ୍ର ସ୍ଥାନ ପାଇବା ଏବଂ ୨୦୨୮ ଟି-୨୦ ବିଶ୍ୱକପରେ ଖେଳିବା ପାଇଁ, ଫର୍ମ ଏବଂ ଫିଟନେସ ଉଭୟ ଜରୁରୀ। ବୈଭବ ମଟନ ଏବଂ ଚିକେନକୁ ବହୁତ ଭଲ ପାଆନ୍ତି। କିନ୍ତୁ କ୍ୟାରିୟର ପାଇଁ ସେ ତାଙ୍କର ପ୍ରିୟ ଖାଦ୍ୟ ଛାଡିବାକୁ ସଂକୋଚ କରି ନାହାନ୍ତି। ବୈଭବ ଏବେ ନିରାମିଷ ଭୋଜନକୁ ପ୍ରାଥମିକତା ଦେଉଛନ୍ତି। ସେ ମଟନ ଏବଂ ଚିକେନରୁ ଡାଲି ଏବଂ ସବୁଜ ପନିପରିବା ଆଡକୁ ପରିବର୍ତ୍ତନ କରିଥିବା ତାଙ୍କ ବାପା କହିଛନ୍ତି।

ଟିମ ଇଣ୍ଡିଆର ସିନିୟର ଦଳରେ ବୈଭବଙ୍କ ସାମିଲ ନେଇ ତାଙ୍କ ବାପା କହିଛନ୍ତି, ତାଙ୍କ ପୁଅ ପ୍ରସ୍ତୁତ। ତାଙ୍କୁ କେବେ ସୁଯୋଗ ଦିଆଯିବ ତାହା ଏବେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଉପରେ ନିର୍ଭର କରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?