Posted inଖେଳ

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ ରୟାଲ୍ସ ସହିତ ପ୍ରଶିକ୍ଷଣ ଶିବିରରେ ଅଛନ୍ତି। ସେ ଆଇପିଏଲ ୨୦୨୬ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ବରିଷ୍ଠ ଭାରତୀୟ ଦଳର ଜର୍ସି ପିନ୍ଧି ଭବିଷ୍ୟତରେ ବିଶ୍ୱକପ କିମ୍ବା ଟି୨୦ ବିଶ୍ୱକପ ରେ ତାଙ୍କ ଦେଶ ପାଇଁ ଖେଳିବା ତାଙ୍କର ପ୍ରକୃତ ଲକ୍ଷ୍ୟ। ସେହି ସ୍ବପ୍ନକୁ ପୂରଣ କରିବା ପାଇଁ, ବୈଭବ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ମଟନ ଏବଂ ଚିକେନ ଖାଇବା ଛାଡ଼ି ଦେଇଛନ୍ତି।

ବୈଭବଙ୍କ ପିତା ସଞ୍ଜୀବ ସୂର୍ଯ୍ୟବଂଶୀ ଏକ ସାକ୍ଷାତକାରରେ ପ୍ରକାଶ କରିଛନ୍ତି ଯେ, ତାଙ୍କ ପୁଅ ଏବେ ମଟନ ଏବଂ ଚିକେନ ଖାଇବା ଛାଡ଼ି ଦେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପଛରେ ବୈଭବଙ୍କ ଫିଟନେସ ସହିତ ଜଡିତ କାରଣ। ଟିମ ଇଣ୍ଡିଆର ସିନିୟର ଦଳରେ ଯଥାଶୀଘ୍ର ସ୍ଥାନ ପାଇବା ଏବଂ ୨୦୨୮ ଟି-୨୦ ବିଶ୍ୱକପରେ ଖେଳିବା ପାଇଁ, ଫର୍ମ ଏବଂ ଫିଟନେସ ଉଭୟ ଜରୁରୀ। ବୈଭବ ମଟନ ଏବଂ ଚିକେନକୁ ବହୁତ ଭଲ ପାଆନ୍ତି। କିନ୍ତୁ କ୍ୟାରିୟର ପାଇଁ ସେ ତାଙ୍କର ପ୍ରିୟ ଖାଦ୍ୟ ଛାଡିବାକୁ ସଂକୋଚ କରି ନାହାନ୍ତି। ବୈଭବ ଏବେ ନିରାମିଷ ଭୋଜନକୁ ପ୍ରାଥମିକତା ଦେଉଛନ୍ତି। ସେ ମଟନ ଏବଂ ଚିକେନରୁ ଡାଲି ଏବଂ ସବୁଜ ପନିପରିବା ଆଡକୁ ପରିବର୍ତ୍ତନ କରିଥିବା ତାଙ୍କ ବାପା କହିଛନ୍ତି।

ଟିମ ଇଣ୍ଡିଆର ସିନିୟର ଦଳରେ ବୈଭବଙ୍କ ସାମିଲ ନେଇ ତାଙ୍କ ବାପା କହିଛନ୍ତି, ତାଙ୍କ ପୁଅ ପ୍ରସ୍ତୁତ। ତାଙ୍କୁ କେବେ ସୁଯୋଗ ଦିଆଯିବ ତାହା ଏବେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଉପରେ ନିର୍ଭର କରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri