Posted inଖେଳ

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ, ସୂର୍ଯ୍ୟବଂଶୀ ୨୦୦ ଷ୍ଟ୍ରାଇକ ରେଟ ସହିତ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ୪୪ ରନ କରିଥିଲେ, ଲିଷ୍ଟ-ଏ କ୍ରିକେଟ୍‌ରେ ଦ୍ରୁତତମ ଅର୍ଦ୍ଧଶତକର ରେକର୍ଡରୁ ଅଳ୍ପକେ ବଞ୍ଚିତ ହୋଇଥିଲେ।

ସୂର୍ଯ୍ୟବଂଶୀଙ୍କ ପାଖରେ ସବୁଠାରୁ ଦ୍ରୁତତମ ଲିଷ୍ଟ-ଏ ଅର୍ଦ୍ଧଶତକର ରେକର୍ଡ ସ୍ଥାପନ କରିବାର ସୁଯୋଗ ଥିଲା କିନ୍ତୁ ସେ ଏହି ରେକର୍ଡଠାରୁ ମାତ୍ର ଛଅ ରନ ପଛରେ ରହି ତାଙ୍କ ଉଇିକେଟ ହରାଇଥିଲେ।
ତାଙ୍କର ଏପର୍ଯ୍ୟନ୍ତର ବ୍ୟକ୍ତିଗତ ଦ୍ରୁତତମ ଲିଷ୍ଟ-ଏ ଅର୍ଦ୍ଧଶତକ ୨୫ ବଲ୍‌ରେ ଆସିଥିଲା, ଯାହାକି ଗତବର୍ଷ ବିଜୟ ହଜାରେ ଟ୍ରଫିରେ ବିହାର ପାଇଁ ଖେଳୁଥିବା ସମୟରେ ହାସଲ କରାଯାଇଥିଲା।

ସୂର୍ଯ୍ୟବଂଶୀ ଟ୍ରାଏ-ସିରିଜର ପ୍ରଥମ ମ୍ୟାଚ୍‌ରେ ବିଫଳ ହୋଇଥିଲେ। ସେ ମାତ୍ର ୧୪ ରନରେ ଆଉଟ ହୋଇଥିଲେ। ଯଦିଓ ସେ ଏଥର ଅର୍ଦ୍ଧଶତକ କିମ୍ବା ଶତକ କରି ନ ଥିଲେ, ସେ ପ୍ରଭସିମରନ ସିଂହଙ୍କ ସହ ମିଶି ଟିମ ଇଣ୍ଡିଆକୁ ଏକ ଦୃଢ଼ ଆରମ୍ଭ ଦେଇଥିଲେ। ୭୪ ରନର ଓପନିଂ ପାର୍ଟନରସିପ କରିଥିଲେ। ଏହି ଯୋଡ଼ି ମାତ୍ର ୭ ଓଭରରେ ୭୪ ରନ ସଂଗ୍ରହ କରିଥିଲେ। ସୂର୍ଯ୍ୟବଂଶୀଙ୍କ ୪୪ ରନର ଇନିଂସରେ ୯ଟି ଚୌକା ଥିଲା କିନ୍ତୁ କୌଣସି ଛକା ନ ଥିଲା। ଭୁଲ୍‌ ସର୍ଟ ଖେଳି ଆଉଟ୍‌ ହୋଇଥିଲେ।

ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଟ୍ରାଏ-ସିରିଜର ପ୍ରଥମ ମ୍ୟାଚ୍‌ରେ ଶ୍ରୀଲଙ୍କା ଏ ଦଳକୁ ୮ ରନରେ ପରାସ୍ତ କରିଥିଲା। ୨୧ ଜୁନ୍‌ରେ ଫାଇନାଲ ପୂର୍ବରୁ, ଭାରତ, ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ଦଳ ପ୍ରତ୍ୟେକେ ଚାରୋଟି ମ୍ୟାଚ ଖେଳିବେ। ୨୧ ଜୁନ୍‌ରେ ପଏଣ୍ଟ ଟେବୁଲ୍‌ର ଶୀର୍ଷ ଦୁଇ ଦଳ ମଧ୍ୟରେ ଫାଇନାଲ ମୁକାବିଲା ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri