ବିରୋଧୀଙ୍କୁ ମୂଳୋତ୍ପାଟନ ଲାଗି ଭାଜପାର ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଏମ୍‌ପି ପଦ ରଦ୍ଦ ଘଟଣାକୁ ନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଆହୂତ ସର୍ବଦଳୀୟ ବୈଠକରେ ତ୍ରୀବ ନିନ୍ଦା କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗଭୀର ଉଦ୍‌ବେଗ ପ୍ରକାଶ କରାଯାଇଛି। ବିରୋଧୀଙ୍କ ମୂଳୋପତ୍ାଟନ କରିବା ପାଇଁ ଭାଜପା-ଆର୍‌ଏସ୍‌ଏସ୍‌ର ଏହା ରାଜନୈତିକ ଷଡ଼ଯନ୍ତ୍ର ବୋଲି ନେତାମାନେ ମତବ୍ୟକ୍ତ କରିଛନ୍ତି। ଏହି ଅଗଣତାନ୍ତ୍ରିକ ଘଟଣାର ଜୋରଦାର ପ୍ରତିବାଦ କରିିବା ସହ ସମସ୍ତ ବିରୋଧୀ ଦଳ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନକୁ ଜୋରଦାର କରିବାକୁ ନିଷ୍ପତ୍ତି ନିଆଯାଇଛି। ସାମ୍ପ୍ରଦାୟିକତାବାଦ ବିରୋଧରେ ସବୁ ବାମ, ଗଣତାନ୍ତ୍ରିକ, ଧର୍ମନିରପେକ୍ଷ ଓ ଦେଶପ୍ରେମୀ ବ୍ୟକ୍ତି ଐକତାବଦ୍ଧ ସଂଗ୍ରାମ କରିବାକୁ ବୈଠକରେ ଆହ୍ବାନ ଦିଆଯାଇଛି। ଆସନ୍ତା ସୋମବାର ଏହାର ପ୍ରତିବାଦରେ ରାଜଭବନ ଚଲୋ କାର୍ଯ୍ୟକ୍ରମ କରାଯିବା ପାଇଁ ବୈଠକରେ ସ୍ଥିର କରାଯାଇଛି।
ଉକ୍ତ ବୈଠକରେ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌),ସିପିଆଇ (ଏମ୍‌ଏଲ୍‌) ଲିବରେଶନ, ସମାଜବାଦୀ ପାର୍ଟି, ଫରୱାର୍ଡ ବ୍ଲକ, ଏନ୍‌ସିପି, ଆମ୍‌ ଆଦମୀ ପାର୍ଟି, ସମୃଦ୍ଧ ଓଡ଼ିଶା ପ୍ରଭୃତି ଦଳର ନେତାମାନେ ଯୋଗ ଦେଇଥିଲେ। ସର୍ବଦଳୀୟ ବୈଠକରେ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ଜନାର୍ଦ୍ଦନ ପତି, ନାରାୟଣ ରେଡ୍ଡି, ଯୁଧିଷ୍ଠିର ମହାପାତ୍ର, ରବି ବେହେରା, ରଙ୍ଗାଚରଣ ପ୍ରଧାନ, ଯତିଶ ମହାନ୍ତି, ଜ୍ୟୋତିରଞ୍ଜନ ମହାପାତ୍ର, ବିକ୍ରମ ସ୍ବାଇଁ ପ୍ରମୁଖ ନେତୃବୃନ୍ଦ ଯୋଗଦେଇ ଏଭଳି ଚକ୍ରାନ୍ତକୁ ଘୋର ନିନ୍ଦା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri