Posted inଜାତୀୟ

ଶିମଲା ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନରେ ହାରିଲା ଭାଜପା

ଶିମଲା,୪।୫: ଶିମଲା ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନରେ ଭାଜପା ଏଥର ପରାଜୟର ସମ୍ମୁଖୀନ ହୋଇଛି। ତେବେ କଂଗ୍ରେସ ଏଥର ପୁଣି ବାଜି ମାରି ନେଇଛି। ଏହାକୁ ଭାଜପାର ଲଗାତାର ପରାଜୟର ହ୍ୟାଟ୍ରିକ କୁହାଯାଉଛି। ଏହାପୂର୍ବରୁ ୨୦୨୧ ଉପ-ନିର୍ବାଚନରେ, ୨୦୨୨ ବିଧାନସଭା ନିର୍ବାଚନରେ ଏବଂ ବର୍ତ୍ତମାନ ୨୦୨୩ ମ୍ୟୁନିସିପାଲିଟି କର୍ପୋରେଶନ ଶିମଲା ନିର୍ବାଚନରେ ଭାଜପା ପରାସ୍ତ ହୋଇଛି। ମ୍ୟୁନିସିପାଲିଟି କର୍ପୋରେଶନ ଶିମଲା ନିର୍ବାଚନ ଜୁନ ୨୦୨୨ରେ ଅନୁଷ୍ଠିତ ହେବାକୁ ଥିଲା, କିନ୍ତୁ କୋର୍ଟରେ ଏହି ମାମଲା ଥିବାରୁ ନିର୍ବାଚନ ୧୧ମାସ ବିଳମ୍ବରେ ହୋଇଥିଲା। ଏହି ସମୟରେ ରାଜ୍ୟରେ ବିଧାନସଭା ନିର୍ବାଚନ ହୋଇଥିଲା ଏବଂ ହିମାଚଳ ପ୍ରଦେଶରେ କଂଗ୍ରେସ କ୍ଷମତାକୁ ଆସିଥିଲା। ରାଜ୍ୟରେ କଂଗ୍ରେସ କ୍ଷମତାରେ ଥିବାରୁ ଭାଜପାକୁ ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନରେ ବିପୁଳ କ୍ଷତି ସହିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri