Posted inଜାତୀୟ

୨୦୨୪ ପାଇଁ ବିହାରରୁ ବିଗୁଲ ବଜାଇଲା ଭାଜପା

ନୂଆଦିଲ୍ଲୀ,୫।୧: ଆଗାମୀ ୨୦୨୪ ଲୋକ ସଭା ନିର୍ବାଚନ ଏବଂ ୨୦୨୫ ବିହାର ବିଧାନସଭା ନିର୍ବାଚନ ଲାଗି ଭଜାପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିହାର ମୁଜାଫରପୁର ଜିଲାରୁ ବିଗୁଲ ବଜାଇଛନ୍ତି। ବୈଶାଳୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ବିହାର ବଡ଼ ଧରଣର ପରିବର୍ତ୍ତନ ଚାହୁଁଥିବା ଦାବି କରିଥିଲେ। ସେଥିପାଇଁ ବିହାର ଜନସାଧାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଷ୍ଟ୍ରୀୟ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଭାଜପା ସରକାର ଆଣିବାକୁ ମନ ସ୍ଥିର କରିସାରିଲେଣି।

ଭାଜପାଠାରୁ ସମ୍ପର୍କ ଛିନ୍ନ କରି ମହାମେଣ୍ଟ ସରକାର ଗଢ଼ିଥିବା ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭାଜପା ଅଧ୍ୟକ୍ଷ ସମାଲୋଚନା କରିଥିଲେ। ରାଜ୍ୟବାସୀ ଡିଏନ୍‌ଏକୁ ଜନାଦେଶ ଦେଇଥିଲେ। ମେଣ୍ଟ ଭାଙ୍ଗି ନୀତୀଶ ରାଜ୍ୟବାସୀଙ୍କୁ ଅପମାନିତ କରିଛନ୍ତି। ତାଙ୍କୁ ଗଣତାନ୍ତ୍ରିକ ଉପାୟରେ ଜବାବ ଦେବା ଲାଗି ସମୟ ଆସୁଛି ବୋଲି ନଡ୍ଡା କହିଛନ୍ତି। ଏନ୍‌ଡିଏ ବିହାରର ବିକାଶ ଚାହେଁ, ନୀତୀଶଙ୍କ ଭଳି ଆର୍‌ଜେଡି ସହ ସାମିଲ ହୋଇ କ୍ଷମତା ଦଖଲ କରିବାକୁ ଚାହେଁ ନାହିଁ। ପୂର୍ବରୁ ଆର୍‌ଜେଡି ସରକାରରେ ବିହାରରେ ଜଙ୍ଗଲ ରାଜ୍‌ ଚାଲିଥିଲା। ରାଜନୀତିରେ ନୀତୀଶଙ୍କ ପାର୍ଶ୍ୱ ପରିବର୍ତ୍ତନ ଯୋଗୁ ରାଜ୍ୟବାସୀ ପୁଣିଥରେ ଅରାଜକତାର ସମ୍ମୁଖୀନ ହେବା ଆରମ୍ଭ କରିଛନ୍ତି ବୋଲି ଭାଜପା ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri