‘ଲୋକଙ୍କୁ ସୁନେଲି ସ୍ବପ୍ନ ଦେଖାଇ ନିର୍ବାଚନ ଜିତିଛି ଭାଜପା, ପ୍ରତିଶ୍ରୁତି ପାଳନରେ ହୋଇଛି ବିଫଳ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗାନ୍ଧୀପାର୍କରୁ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଏକ ଶୋଭାଯାତ୍ରାରେ ବାହାରି ଦଳୀୟ କାର୍ଯ୍ୟକର୍ତ୍ତା ଏବଂ କର୍ମୀବୃନ୍ଦ ବିଜୁ ପଟ୍ଟନାୟକ, ବାବା ସାହେବ ଆମ୍ବେଦକରଙ୍କ ସମେତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗାନ୍ଧୀଛକରେ ଶୋଭାଯାତ୍ରା ପହଞ୍ଚିଥିଲା। ସେଠାରେ ସ୍ବଭାବ କବି ଗଙ୍ଗାଧର ମେହେର ଓ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ବରିଷ୍ଠ ବିଜେଡି ନେତା ସୁଶାନ୍ତ ମିଶ୍ର, ଗୌରହରି ମିଶ୍ର, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ବରିଷ୍ଠ ନେତା ଅଚ୍ୟୁତାନନ୍ଦ ମହାପାତ୍ର ଅଶୋକ ଯୋଶୀ, ଗୋପାଳ ଲାଠ, ଗଣତନ୍ତ୍ର ପ୍ରଧାନ, ଅମ୍ବଭୋନା ବ୍ଲକ ଅଧ୍ୟକ୍ଷ କୀର୍ତ୍ତିତନ୍ଦ୍ର ଦୁଆନ, ଭଟଲି ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ, ଜିଲା ପରିଷଦ ସଭ୍ୟା ନିଲ କୁମାରୀ ନାଏକ, ଜିତୁ ଭୋଇ, ହିମାଂଶୁ ଦାଶ, ସମ୍ବଲପୁର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ନରେନ୍ଦ୍ର ପ୍ରଧାନ, ଅନୁରାଧା ଅଗ୍ରଓ୍ବାଲ, ପୌରାଧ୍ୟକ୍ଷା କଳ୍ପନା ମାଝୀ , ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ଭେଡେନ ବ୍ଲକ ବିଜେଡି ସଭାପତି ହରିଶଙ୍କର ବେହେରା, ଟାଉନ ବିଜେଡି ସଭାପତି କିଶୋର ମିଶ୍ରଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ସମିତିସଭ୍ୟ ଓ ପୌରପରିଷଦର କାଉନସିଲରବୃନ୍ଦ ସାମିଲ ହୋଇ ଗାନ୍ଧୀଛକରେ ପହଞ୍ଚି ଜନସଭାରେ ସାମିଲ ହୋଇଥିଲେ।
ଏହି ଅବସରରେ ପୂର୍ବତନ ମନ୍ତ୍ରୀ ଛୁରିଆ ସଂପ୍ରତି ରାଜ୍ୟ ସରକାର ଦରଦାମ ବୃଦ୍ଧି ରୋକିବାକୁ ଅସହାୟ ହୋଇ ପଡ଼ିଥିବା ବେଳେ ମା’ମାନେ ଅସୁରକ୍ଷିତ ରହିଥିବା ଉଲ୍ଲେଖ କରି ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ଯେଉଁ ପ୍ରତିଶ୍ରୁତି ଦେଇ ଭାଜପା କ୍ଷମତାକୁ ଆସିଛି, ସବୁଥିରେ ବିଫଳ ହୋଇଛି ବୋଲି ସେ କହିଥିଲେ। ବରଗଡ଼ର ପୂର୍ବତନ ବିଧାୟକ ଆଚାର୍ଯ୍ୟ ବିଜେଡି ଦାୟିତ୍ୱବାନ ବିରୋଧୀ ଦଳର ଭୂମିକା ନିର୍ବାହ କରି ରାଜ୍ୟରେ ଭାଜପା ସରକାର କିପରି ଜନସାଧାରଣଙ୍କୁ ମିଥ୍ୟା ଓ ସୁନେଲି ସ୍ବପ୍ନ ଦେଖାଇ ଶାସନ କ୍ଷମତାକୁ ଆସିଛି, ସେ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଯିବ ବୋଲି କହିଥିଲେ। ତେବେ ସରକାର ଗଠନର ତିନି ମାସରୁ ଊର୍ଦ୍ଧ୍ୱ ସମୟ ହୋଇ ଯାଇଥିଲେ ମଧ୍ୟ ନିର୍ବାଚନୀ ପ୍ରତିଶ୍ରୁତି ପାଳନରେ ରାଜ୍ୟର ଭାଜପା ସରକାର ସମ୍ପୂର୍ଣ ବିଫଳ ହୋଇଥିବା ସେ କହିଥିଲେ। ପଦଯାତ୍ରା ସହିତ ଆଗାମୀ ଦିନରେ ବିଜେଡିର ସଦସ୍ୟତା ଅଭିଯାନକୁ ବ୍ୟାପକ କରାଯିବା ସହ ପଦଯାତ୍ରା ମାଧ୍ୟମରେ ଭାଜପାର ମିଥ୍ୟା ପ୍ରତିଶ୍ରୁତି ସମ୍ବନ୍ଧରେ ଜନସାଧାରଣଙ୍କୁ ଅବଗତ ଓ ସଚେତନ କରାଇବୁ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri