‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି। ସିଏସ୍‌ଓ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଏବଂ ଅନ୍ୟାନ୍ୟ ଅତିଥିମାନେ ପୁଷ୍ପମାଲ୍ୟାର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ସ୍ଥାନୀୟ ଜଉଗଡ଼ ସମ୍ମିଳନୀ କକ୍ଷରେ ଆୟୋଜିତ ସମାରୋହରେ ଅତିଥି ଭାବେ ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ( ସାଧାରଣ) ଡ. ପ୍ରମୋଦ କୁମାର ପୃଷ୍ଟି, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଆସିଷ୍ଟାଣ୍ଟ କଲେକ୍ଟର ଦୀପକ କୁମାର ଜେନା, ଜିଲା ସଂସ୍କୃତି ଅଧିକାରିଣୀ ଅଦିତି ଆଚାର୍ଯ୍ୟ ଓ ପ୍ରତିଭା ଆବାସିକ କଲେଜର ମୁଖ୍ୟ ଚିନ୍ମୟ ଦାଶ ପ୍ରମୁଖ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଭି. ରାଜେନ୍ଦ୍ର ରାଜୁ ଯୋଗଦେଇ ସ୍ବର୍ଗତ ବାଜପେୟୀଙ୍କ ଗୁଣଗାନ କରିବା ସହିତ ଦେଶ ପାଇଁ ତାଙ୍କର ଅବଦାନ ସମ୍ପର୍କ କହିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରିଣୀ ରଶ୍ମିରାଣୀ ନିମାକା ସଂଯୋଜନା କରିଥିବା ବେଳେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ପୂର୍ବରୁ ବିଦ୍ୟାଳୟ ଏବଂ କଲେଜ ସ୍ତରରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ଅତିଥିମାନଙ୍କ ଦ୍ୱାରା ସାର୍ଟିଫିକେଟ ସହ ପୁରସ୍କାର ପ୍ରଦାନ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri