‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି। ସିଏସ୍‌ଓ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଏବଂ ଅନ୍ୟାନ୍ୟ ଅତିଥିମାନେ ପୁଷ୍ପମାଲ୍ୟାର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ସ୍ଥାନୀୟ ଜଉଗଡ଼ ସମ୍ମିଳନୀ କକ୍ଷରେ ଆୟୋଜିତ ସମାରୋହରେ ଅତିଥି ଭାବେ ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ( ସାଧାରଣ) ଡ. ପ୍ରମୋଦ କୁମାର ପୃଷ୍ଟି, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ଆସିଷ୍ଟାଣ୍ଟ କଲେକ୍ଟର ଦୀପକ କୁମାର ଜେନା, ଜିଲା ସଂସ୍କୃତି ଅଧିକାରିଣୀ ଅଦିତି ଆଚାର୍ଯ୍ୟ ଓ ପ୍ରତିଭା ଆବାସିକ କଲେଜର ମୁଖ୍ୟ ଚିନ୍ମୟ ଦାଶ ପ୍ରମୁଖ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଭି. ରାଜେନ୍ଦ୍ର ରାଜୁ ଯୋଗଦେଇ ସ୍ବର୍ଗତ ବାଜପେୟୀଙ୍କ ଗୁଣଗାନ କରିବା ସହିତ ଦେଶ ପାଇଁ ତାଙ୍କର ଅବଦାନ ସମ୍ପର୍କ କହିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରିଣୀ ରଶ୍ମିରାଣୀ ନିମାକା ସଂଯୋଜନା କରିଥିବା ବେଳେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ପୂର୍ବରୁ ବିଦ୍ୟାଳୟ ଏବଂ କଲେଜ ସ୍ତରରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ଅତିଥିମାନଙ୍କ ଦ୍ୱାରା ସାର୍ଟିଫିକେଟ ସହ ପୁରସ୍କାର ପ୍ରଦାନ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri