ଆଜିଠୁ ୨ ଦିନ ସବୁ ଟାଟା ପାଓ୍ବାର କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ଭାଜପା

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କମ୍ପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି। ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନ ଥିବା କଷ୍ଟ ଭୋଗୁଛନ୍ତି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ସାମାନ୍ୟ ବର୍ଷା, ପବନ, ଧୂଳିଝଡ଼ରେ ଯେଉଁଭଳି ମନଇଚ୍ଛା ବିଦ୍ୟୁତ୍‌ କାଟ କରାଯାଉଛି, ତାହା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ସାଧାରଣ ଉପଭୋକ୍ତା, ବୁଦ୍ଧିଜୀବୀ, ଗଣମାଧ୍ୟମ, ସ୍ବେଚ୍ଛାସେବୀ ସଙ୍ଗଠନ ଓ ରାଜନୈତିକ ଦଳଗୁଡ଼ିକ ବିଜୁଳି କାଟ୍‌ ପ୍ରତିବାଦରେ ସ୍ବର ଉତ୍ତୋଳନ କଲେ ସୁଦ୍ଧା ଉଭୟ ଟାଟା ପାୱାର ଏବଂ ରାଜ୍ୟ ସରକାର ଜବାବ ଦେଉନାହାନ୍ତି। କେବଳ ମାତ୍ର ବିଜୁଳି ବିତରଣ ପାଇଁ ଅନୁବନ୍ଧିତ ହୋଇଥିବା ଗୋଟିଏ ଘରୋଇ କମ୍ପାନୀ ପ୍ରତି ରାଜ୍ୟ ସରକାରଙ୍କ ଏଭଳି ଅହେତୁକ ଅନୁକମ୍ପା ସବୁଠୁ ବଡ଼ ପ୍ରଶ୍ନ ହୋଇ ଛିଡ଼ା ହୋଇଛି। ଶକ୍ତି ବିଭାଗର ବିଫଳତା ଏବଂ ରାଜ୍ୟ ସରକାରଙ୍କ ଟାଟା ପାୱାର କମ୍ପାନୀ ପ୍ରୀତି ପ୍ରତିବାଦରେ ଭାଜପା ପକ୍ଷରୁ ବୁଧବାର ଏବଂ ଗୁରୁବାର ସାରା ରାଜ୍ୟରେ ଥିବା ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନ୍ଦୋଳନ କରାଯିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ ଆହୁରି କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କ’ଣ ପାଇଁ ଚାଲିଛି। ରାଜ୍ୟବାସୀଙ୍କୁ ନିରବିଚ୍ଛନ୍ନ ଭାବେ ବିଜୁଳି ସେବା ଯୋଗାଇଦେବାର ଦାୟିତ୍ୱ ନେଇଥିବା ଟାଟା ପାୱାର ସମସ୍ତ ଚୁକ୍ତି ଓ ନିୟମକୁ ଖିଲାପ କରୁଛି। ରାଜ୍ୟବାସୀ କେତେ ଘଣ୍ଟା ବିଜୁଳି କାଟ୍‌ର କଷ୍ଟ ସହିବେ, ତାହା ଶ୍ୱେତପତ୍ର ଜରିଆର ରାଜ୍ୟ ସରକାର ସ୍ପଷ୍ଟ କରିବା ସହ ଶକ୍ତିମନ୍ତ୍ରୀଙ୍କ ଅବହେଳା ଓ ଟାଟା ପାୱାର କମ୍ପାନୀ ବିରୋଧରେ ମୁଖ୍ୟମନ୍ତ୍ରୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ହରିଚନ୍ଦନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri