ଆଜିଠୁ ୨ ଦିନ ସବୁ ଟାଟା ପାଓ୍ବାର କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ଭାଜପା

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କମ୍ପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି। ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନ ଥିବା କଷ୍ଟ ଭୋଗୁଛନ୍ତି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ସାମାନ୍ୟ ବର୍ଷା, ପବନ, ଧୂଳିଝଡ଼ରେ ଯେଉଁଭଳି ମନଇଚ୍ଛା ବିଦ୍ୟୁତ୍‌ କାଟ କରାଯାଉଛି, ତାହା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ସାଧାରଣ ଉପଭୋକ୍ତା, ବୁଦ୍ଧିଜୀବୀ, ଗଣମାଧ୍ୟମ, ସ୍ବେଚ୍ଛାସେବୀ ସଙ୍ଗଠନ ଓ ରାଜନୈତିକ ଦଳଗୁଡ଼ିକ ବିଜୁଳି କାଟ୍‌ ପ୍ରତିବାଦରେ ସ୍ବର ଉତ୍ତୋଳନ କଲେ ସୁଦ୍ଧା ଉଭୟ ଟାଟା ପାୱାର ଏବଂ ରାଜ୍ୟ ସରକାର ଜବାବ ଦେଉନାହାନ୍ତି। କେବଳ ମାତ୍ର ବିଜୁଳି ବିତରଣ ପାଇଁ ଅନୁବନ୍ଧିତ ହୋଇଥିବା ଗୋଟିଏ ଘରୋଇ କମ୍ପାନୀ ପ୍ରତି ରାଜ୍ୟ ସରକାରଙ୍କ ଏଭଳି ଅହେତୁକ ଅନୁକମ୍ପା ସବୁଠୁ ବଡ଼ ପ୍ରଶ୍ନ ହୋଇ ଛିଡ଼ା ହୋଇଛି। ଶକ୍ତି ବିଭାଗର ବିଫଳତା ଏବଂ ରାଜ୍ୟ ସରକାରଙ୍କ ଟାଟା ପାୱାର କମ୍ପାନୀ ପ୍ରୀତି ପ୍ରତିବାଦରେ ଭାଜପା ପକ୍ଷରୁ ବୁଧବାର ଏବଂ ଗୁରୁବାର ସାରା ରାଜ୍ୟରେ ଥିବା ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନ୍ଦୋଳନ କରାଯିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ ଆହୁରି କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କ’ଣ ପାଇଁ ଚାଲିଛି। ରାଜ୍ୟବାସୀଙ୍କୁ ନିରବିଚ୍ଛନ୍ନ ଭାବେ ବିଜୁଳି ସେବା ଯୋଗାଇଦେବାର ଦାୟିତ୍ୱ ନେଇଥିବା ଟାଟା ପାୱାର ସମସ୍ତ ଚୁକ୍ତି ଓ ନିୟମକୁ ଖିଲାପ କରୁଛି। ରାଜ୍ୟବାସୀ କେତେ ଘଣ୍ଟା ବିଜୁଳି କାଟ୍‌ର କଷ୍ଟ ସହିବେ, ତାହା ଶ୍ୱେତପତ୍ର ଜରିଆର ରାଜ୍ୟ ସରକାର ସ୍ପଷ୍ଟ କରିବା ସହ ଶକ୍ତିମନ୍ତ୍ରୀଙ୍କ ଅବହେଳା ଓ ଟାଟା ପାୱାର କମ୍ପାନୀ ବିରୋଧରେ ମୁଖ୍ୟମନ୍ତ୍ରୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ହରିଚନ୍ଦନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri