ମୋଦିଙ୍କ ୯ବର୍ଷ କାର୍ଯ୍ୟକାଳ ପୂର୍ତ୍ତିରେ ମହାସମ୍ପର୍କ ଅଭିଯାନ ଆରମ୍ଭ କରିବ ଭାଜପା

କେନ୍ଦୁଝର,୨୩।୫(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ନବମ ବର୍ଷ କାର୍ଯ୍ୟକାଳ ପୂର୍ତ୍ତି ଅବସରରେ ଆଜି ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ନେତୃତ୍ୱରେ ଜିଲା ଭାଜପା କାର୍ଯ୍ୟାଳୟରେ “ବିଶେଷ ଜିଲା କାର୍ଯ୍ୟକାରିଣୀ ବୈଠକ” ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପୂର୍ବତନ ରାଜ୍ୟ ସଂମ୍ପାଦକ ଛୋଟେଲାଲ ମହାନ୍ତ ଉପସ୍ଥିତ ରହି ଶତାଧିକ କାର୍ଯ୍ୟକର୍ତ୍ତାଙ୍କୁ ମାର୍ଗଦର୍ଶନ କରିଥିଲେ। ଜିଲା ଭାଜପାର ସମସ୍ତ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ପଦାଧିକାରୀ, ବିଧାନ ସଭା ସଂଯୋଜକ, ପ୍ରଭାରୀ, ମଣ୍ଡଳ ସଭାପତି, ମଣ୍ଡଳ କନଭେନର, କୋ-କନଭେନରମାନଙ୍କୁ ନେଇ ଆୟୋଜିତ ଏହି ବୈଠକରେ ଜିଲା ଭାଜପାର ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଜିଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା ଓ ଜ୍ଞାନରଞ୍ଜନ ସାମନ୍ତସିଂହାର ମଞ୍ଚ ପରିଚାଳନା କରିଥିଲେ। ମୋଦିଙ୍କ ୯ ବର୍ଷ କାର୍ଯ୍ୟକାଳରେ ଭାଜପା ସରକାର ଦ୍ୱାରା ପ୍ରଦତ୍ତ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାକୁୁ ନେଇ ବୁଥ୍‌ ଏବଂ ମଣ୍ଡଳସ୍ତରରେ ମହାସଂପର୍କ ଅଭିଯାନ ଆରମ୍ଭ କରିବାକୁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆଗାମୀ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ଇତି ମଧ୍ୟରେ ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଅଧିକ ପ୍ରାଧାନ୍ୟ ଦେଉଥିବା ଭାଜପାର ଏହି କାର୍ଯ୍ୟକାରିଣୀରେ କାର୍ଯ୍ୟକର୍ତ୍ତା ବେଶ୍‌ ଉତ୍ସାହିତ ଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri