Posted inଜାତୀୟ

ଭାରତରେ ପରିବର୍ତ୍ତନ କରିବା ଲାଗି ଭାଜପାର ଥିଲା ପ୍ରତିଶ୍ରୁତି, କେବଳ ନାମ କରାଯାଇଛି ବଦଳ: ଷ୍ଟାଲିନ…

ଚେନ୍ନାଇ,୫।୯ : ଜି -୨୦ ସମ୍ମିଳନୀର ରାତ୍ରୀ ଭୋଜନ କାର୍ଯ୍ୟକ୍ରମର ନିମନ୍ତ୍ରଣ କାର୍ଡରେ ପ୍ରେସିଡେଣ୍ଟ ଅଫ ଇଣ୍ଡିଆ ଲେଖାଯିବା ପରେ ଏହାକୁ ନେଇ ଶାସକ ବିରୋଧୀଙ୍କ ମଧ୍ୟରେ ବାକ ଯୁଦ୍ଧ ଆରମ୍ଭ ହୋଇଛି। ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ତାଙ୍କ ପୁଅ ଉଦୟାନିଧିଙ୍କ ବିବୃତ୍ତି ନେଇ ବିବାଦର ସମ୍ମୁଖୀନ ହେବା ପରେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମାଇକ୍ରୋ ବ୍ଲଗିଂ ସାଇଟ ଏକ୍ସରେ ସେ ଏକ ପୋଷ୍ଟରେ ଲେଖିଛନ୍ତି ଭାରତ ବଦଳାଇବାକୁ ଭାଜପା ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ଏବେ କେବଳ ନାମ ବଦଳାଇ ଦେଇଛି।

ମଙ୍ଗଳବାର ଡିଏମକେ ଅଧ୍ୟକ୍ଷ ଷ୍ଟାଲିନ ଅଭିଯୋଗ କରିଛନ୍ତି ଭାଜପା ଇଣ୍ଡିଆକୁ ଭାରତରେ ପରିଣତ କରିବାକୁ ଚାହୁଁଛି। ବିରୋଧୀ ଦଳଙ୍କ ମେଣ୍ଟ ନାମ ଇଣ୍ଡିଆକୁ ନେଇ ଶାସକ ଦଳ ଘାବରେଇ ଯାଇଛନ୍ତି।

ଷ୍ଟାଲିନ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ଅଣ-ଭାଜପା ବାହିନୀ ଏକଛତ୍ରବାଦୀ ଭାଜପା ଶାସନକୁ ଧ୍ୱଂସ କରିବା ପାଇଁ ମିଳିତ ହେବା ପରେ ଏବଂ ସେମାନଙ୍କର ମିଳିତ ମେଣ୍ଟକୁ ଇଣ୍ଡିଆ ନାମରେ ନାମିତ କରିବା ପରେ ଏବେ ଶାସକ ଦଳ ଇଣ୍ଡିଆକୁ ଭାରତରେ ପରିବର୍ତ୍ତନ କରିବାକୁ ଚାହୁଁଛି। ଭାଜପାର ନଅ ବର୍ଷର ଶାସନ ପରେ ଆମକୁ କେବଳ ଦେଶର ବଦଳାଯାଇଥିବା ନାମ ମିଳିଛି।

ବିରୋଧୀ ଦଳ ମଧ୍ୟରେ ଏକତାର ଶକ୍ତିକୁ ସ୍ବୀକାର କରୁଥିବାରୁ ଭାଜପା ଇଣ୍ଡିଆ ଶବ୍ଦକୁ ନେଇ ଚିନ୍ତିତ ଥିବା ପରି ମନେ ହେଉଛି। ସେମାନେ ଜାଣନ୍ତି ନିର୍ବାଚନରେ ଇଣ୍ଡିଆ ଭାଜପାକୁ କ୍ଷମତାରୁ ହଟାଇବ।

 


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri