ବାଜପେୟୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଶିଖରରେ ପହଞ୍ଚାଇଥିଲା

ମାଲକାନଗିରି/ଜୟପୁର,୨୬ା୧୨(ଡି.ଏନ୍‌.ଏ./ନି.ପ୍ର.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ନଗରଭବନଠାରେ ଜିଲା ଭାଜପା ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ ହୋଇଯାଇଛି ା ଜିଲା ଭାଜପା ସଭାପତି ତଥା ବିଧାୟକ ଆଦିତ୍ୟ ମାଡ଼ିଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ଭାଜପା ଉପ ସଭାପତି ତଥା ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଜିଲା ଭାଜପା ପ୍ରଭାରୀ କାଳିରାମ ମାଝି, ପୂର୍ବତନ ଉପ ବାଚସ୍ପତି ପ୍ରହଲ୍ଲାଦ ଦୋରା, ଜିଲା କାର୍ଯ୍ୟକାରୀ ସଭାପତି ନିମାଇଁଚନ୍ଦ୍ର ପାଲ, ଜିଲା ପରିଷଦ ସଭାପତି ଦଶରଥ ପଡ଼ିଆମି, ଭାଜପାର ପୂର୍ବତନ ଜିଲା ସଭାପତି ଗୁରୁଚରଣ ମହାନ୍ତି ପ୍ରମୁଖ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିଚାରଣ କରିଥିଲେ। ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଉନ୍ନତିର ଶିଖରରେ ପହଞ୍ଚାଇ ଥିଲା। ଏକ ସଶକ୍ତ ଓ ସମୃଦ୍ଧ ଭାରତ ଗଠନ ପାଇଁ ତାଙ୍କ ପ୍ରଚେଷ୍ଟା ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ବକ୍ତାମାନେ ପ୍ରକାଶ କରିଥିଲେ। ଏହି ଅବସରରରେ ଜିଲା ଭାଜପା ସଭାପତି ନୂତନ କମିଟି କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଥିଲେ ା କମିଟିରେ କାର୍ଯ୍ୟକାରୀ ସଭାପତି ଭାବେ ନିମାଇଁ ଚନ୍ଦ୍ର ପାଲ, ଉପ ସଭାପତି ସୁବାଷ ପଡ଼ିଆମି, ଉତ୍ତମ ରାୟ, କମଳା ମଣ୍ଡଳ, ମୁନି ମାଡ଼କାମି, ସଇଲେନ ବୈଦ୍ୟ, ସୁଲତା ମଣ୍ଡଳ, ସୁମିତ୍ରା ମାଡ଼କାମି, ସାଧାରଣ ସମ୍ପାଦକ ରୂପେ ମାନିକଲାଲ ଚକ୍ରବର୍ତ୍ତୀ, ଅକ୍ଷୟ ବିଶ୍ୱାଳ, ସୁଭ୍ରାଂଶୁ ଶେଖର ସାହୁ, ସମ୍ପାଦକ ରତ୍ନାକର ପାଣିଗ୍ରାହୀ, ସନ୍ତୋଷନୀ ପାତ୍ର, ପ୍ରମିଳା ଦାସ, ସରସ୍ବତୀ ନାୟକ, ଦ୍ରୌପଦୀ ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ ସଞ୍ଜୟ ସରକାର ରହିଛନ୍ତି।
ଜୟପୁରରେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରତ ବିଶ୍ୱାଳ, କୋରାପୁଟ ଜିଲା ସଭାପତି ସୁମନ୍ତ ପ୍ରଧାନ, ଗୌତମ ସାମନ୍ତରାୟ, ନଗର ସଭାପତି ସାଧୁଚରଣ ଦାସ ଚୌଧୁରୀ,ସମ୍ପାଦକ ଦୁର୍ଗାପ୍ରସାଦ ଦାଶ, ମହିଳା ମୋର୍ଚ୍ଚା ସଭାପତି ସୁରଭି ପାଣି, ସମ୍ପାଦିକା ସ୍ବାତୀ ହୋତା, ସୀମା କରନ, ଅଞ୍ଜଳି ମିଶ୍ରଙ୍କ ସମେତ ଅନ୍ୟମାନେ ଯୋଗଦେଇ ବାଜପେୟୀଙ୍କ ସମୟର ଶାସନ ବ୍ୟବସ୍ଥା, ଜନହିତକାରୀ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ଆସନ୍ତା ୨୭ରେ ଜୟପୁର ବ୍ରାହ୍ମଣୀଗାଁ ଖେଳପଡିଆରେ କୃଷକ ସମାବେଶ ହେବ ବୋଲି ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରତ ବିଶ୍ବାଳ ସୂଚନା ଦେଇ ଏଥିରେ ସମସ୍ତ କୃଷକ ଭଉଣୀଭାଇ ଯୋଗଦେବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri