ବାଜପେୟୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଶିଖରରେ ପହଞ୍ଚାଇଥିଲା

ମାଲକାନଗିରି/ଜୟପୁର,୨୬ା୧୨(ଡି.ଏନ୍‌.ଏ./ନି.ପ୍ର.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ନଗରଭବନଠାରେ ଜିଲା ଭାଜପା ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ ହୋଇଯାଇଛି ା ଜିଲା ଭାଜପା ସଭାପତି ତଥା ବିଧାୟକ ଆଦିତ୍ୟ ମାଡ଼ିଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ଭାଜପା ଉପ ସଭାପତି ତଥା ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଜିଲା ଭାଜପା ପ୍ରଭାରୀ କାଳିରାମ ମାଝି, ପୂର୍ବତନ ଉପ ବାଚସ୍ପତି ପ୍ରହଲ୍ଲାଦ ଦୋରା, ଜିଲା କାର୍ଯ୍ୟକାରୀ ସଭାପତି ନିମାଇଁଚନ୍ଦ୍ର ପାଲ, ଜିଲା ପରିଷଦ ସଭାପତି ଦଶରଥ ପଡ଼ିଆମି, ଭାଜପାର ପୂର୍ବତନ ଜିଲା ସଭାପତି ଗୁରୁଚରଣ ମହାନ୍ତି ପ୍ରମୁଖ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିଚାରଣ କରିଥିଲେ। ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଉନ୍ନତିର ଶିଖରରେ ପହଞ୍ଚାଇ ଥିଲା। ଏକ ସଶକ୍ତ ଓ ସମୃଦ୍ଧ ଭାରତ ଗଠନ ପାଇଁ ତାଙ୍କ ପ୍ରଚେଷ୍ଟା ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ବକ୍ତାମାନେ ପ୍ରକାଶ କରିଥିଲେ। ଏହି ଅବସରରରେ ଜିଲା ଭାଜପା ସଭାପତି ନୂତନ କମିଟି କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଥିଲେ ା କମିଟିରେ କାର୍ଯ୍ୟକାରୀ ସଭାପତି ଭାବେ ନିମାଇଁ ଚନ୍ଦ୍ର ପାଲ, ଉପ ସଭାପତି ସୁବାଷ ପଡ଼ିଆମି, ଉତ୍ତମ ରାୟ, କମଳା ମଣ୍ଡଳ, ମୁନି ମାଡ଼କାମି, ସଇଲେନ ବୈଦ୍ୟ, ସୁଲତା ମଣ୍ଡଳ, ସୁମିତ୍ରା ମାଡ଼କାମି, ସାଧାରଣ ସମ୍ପାଦକ ରୂପେ ମାନିକଲାଲ ଚକ୍ରବର୍ତ୍ତୀ, ଅକ୍ଷୟ ବିଶ୍ୱାଳ, ସୁଭ୍ରାଂଶୁ ଶେଖର ସାହୁ, ସମ୍ପାଦକ ରତ୍ନାକର ପାଣିଗ୍ରାହୀ, ସନ୍ତୋଷନୀ ପାତ୍ର, ପ୍ରମିଳା ଦାସ, ସରସ୍ବତୀ ନାୟକ, ଦ୍ରୌପଦୀ ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ ସଞ୍ଜୟ ସରକାର ରହିଛନ୍ତି।
ଜୟପୁରରେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରତ ବିଶ୍ୱାଳ, କୋରାପୁଟ ଜିଲା ସଭାପତି ସୁମନ୍ତ ପ୍ରଧାନ, ଗୌତମ ସାମନ୍ତରାୟ, ନଗର ସଭାପତି ସାଧୁଚରଣ ଦାସ ଚୌଧୁରୀ,ସମ୍ପାଦକ ଦୁର୍ଗାପ୍ରସାଦ ଦାଶ, ମହିଳା ମୋର୍ଚ୍ଚା ସଭାପତି ସୁରଭି ପାଣି, ସମ୍ପାଦିକା ସ୍ବାତୀ ହୋତା, ସୀମା କରନ, ଅଞ୍ଜଳି ମିଶ୍ରଙ୍କ ସମେତ ଅନ୍ୟମାନେ ଯୋଗଦେଇ ବାଜପେୟୀଙ୍କ ସମୟର ଶାସନ ବ୍ୟବସ୍ଥା, ଜନହିତକାରୀ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ଆସନ୍ତା ୨୭ରେ ଜୟପୁର ବ୍ରାହ୍ମଣୀଗାଁ ଖେଳପଡିଆରେ କୃଷକ ସମାବେଶ ହେବ ବୋଲି ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରତ ବିଶ୍ବାଳ ସୂଚନା ଦେଇ ଏଥିରେ ସମସ୍ତ କୃଷକ ଭଉଣୀଭାଇ ଯୋଗଦେବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?