ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ

ଭୁବନେଶ୍ବର, ୮ା୪(ବ୍ୟୁରୋ): ପ୍ରତ୍ୟେକ ଜିନିଷକୁ ମୂଲ୍ୟଯୁକ୍ତ କରିବା ହେଉଛି ବର୍ତ୍ତମାନ ସମୟର ଆବଶ୍ୟକତା। ଏହି କ୍ରମରେ ନୂତନ ଭାରତର ଅଭିବୃଦ୍ଧି ନିମନ୍ତେ ମାନବ ସମ୍ବଳକୁ ମୂଲ୍ୟଯୁକ୍ତ କରାଯିବା ଗୁରୁତ୍ୱପୂର୍ଣ୍ଣ ବୋଲି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି ା ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଆନୁକୂଲ୍ୟରେ ଚଳିତ ମାସ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ-୨୦୨୩କୁ ନେଇ ଗୁରୁବାର ନୂଆଦିଲ୍ଲୀଠାରେ କର୍ଟେନ ରେଜର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୋଗଦେଇ ମନ୍ତ୍ରୀ ଘଡ଼େଇ କହିଛନ୍ତି, ରାଜ୍ୟରେ ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ ଆୟୋଜନ କରି ଆମେ ଆନନ୍ଦିତ। ଏହି କନ୍‌କ୍ଲେଭର ଉଦ୍ଦେଶ୍ୟ ହେଉଛି ଯୁବପିଢ଼ିଙ୍କ ଆତ୍ମବିଶ୍ୱାସକୁ ଉତ୍ସାହିତ କରିବା। ସେମାନଙ୍କ ଭବିଷ୍ୟତକୁ ଆଗକୁ ନେବାରେ ସାହାଯ୍ୟ କରିବା। ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ କହିଛନ୍ତି, ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ନିକଟରେ ଆମେ କୃତଜ୍ଞ, ଯାହା ଆମକୁ ଓଡ଼ିଶାରୁ କୁଶଳୀ ଶ୍ରମିକଙ୍କ ଅପାର ସମ୍ଭାବନା ପ୍ରଦର୍ଶନ କରିବାରେ ସାହାଯ୍ୟ କରିଛି। ଓଡ଼ିଶାରେ ସ୍କିଲ୍‌ ଇକୋସିଷ୍ଟମ୍‌ ପ୍ରତି ଜାତୀୟ ତଥା ଅନ୍ତର୍ଜାତୀୟ ଦୃଷ୍ଟି ଆକର୍ଷଣ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଦକ୍ଷତା ସୃଷ୍ଟି ହୋଇଛି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ କହିଛନ୍ତି, କୁଶଳୀ ଶ୍ରମିକମାନଙ୍କ ପାଇଁ ଏକ ବିଶ୍ୱସ୍ତରୀୟ ଚାହିଦା ରହିଛି ଏବଂ ଆମେ କର୍ମଜୀବୀ ଗଠନ ଦିଗରେ କାର୍ଯ୍ୟ କରୁଛୁ ଯାହା କ୍ଷେତ୍ରଗୁଡ଼ିକରେ ଥିବା ଚାହିଦାକୁ ପୂରଣ କରିପାରିବ। ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ସଚିବ ଅତୁଲ ତିୱାରୀ କହିଛନ୍ତି, ସମଗ୍ର ବିଶ୍ୱରେ ଦକ୍ଷତା ଉପରେ ଧ୍ୟାନ ଦିଆଯାଉଛି। ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ ଏକ ଗୁରୁତ୍ୱପୂର୍ଣ୍ଣ ଅବସର, ଯାହା ରାଜ୍ୟର ସଫଳତା ପାଇଁ ଏକ ମାଇଲଖୁଣ୍ଟ ସଦୃଶ। କାର୍ଯ୍ୟକ୍ରମରେ ଓଡ଼ିଶାର ୱାର୍ଲଡ ସ୍କିଲ୍‌ଡ ସେଣ୍ଟରର ଏକ ଭିଡିଓ ପ୍ରଦର୍ଶିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri