କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍ ଭ୍ୟାନ ଏବଂ ବାଇକ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ମିଳିଥିବା ସୂଚନା ମୁତାବକ, ଗୋଟିଏ ବାଇକ୍ରେ ୩ଜଣ ଯାଉଥିଲେ। ହେଲେ କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ପିକଅପ୍ ଭ୍ୟାନ ଏବଂ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।