ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ ମହୋତ୍ସବ ସପ୍ତାହ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ପରିବେଶ ସୁରକ୍ଷା ଓ ସଚେତନତାକୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବ୍ୟାପକ ସଂଖ୍ୟାରେ ଚାରାରୋପଣ କରିଛନ୍ତି।

ଏହି ଉପଲକ୍ଷେ ଆୟୋଜିତ ଏକ ସଚେତନତା ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଚିନ୍ତାମଣି ପଲାଇ ମୁଖ୍ୟ ବକ୍ତା ଭାବେ ଉଦବୋଧନ ଦେଇଥିଲେ। ସେ ବର୍ତ୍ତମାନ ସମୟରେ ଜଳବାୟୁ ପରିବର୍ତ୍ତନର ମୁକାବିଲା କରିବା ଏବଂ ପରିବେଶର ସନ୍ତୁଳନ ରକ୍ଷା କରିବା ପାଇଁ ବୃକ୍ଷରୋପଣର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କୁ ଅଧିକରୁ ଅଧିକ ଚାରା ରୋପଣ କରିବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଦିଗପହଣ୍ଡି ବନ ବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ସମେତ ଅନ୍ୟ ବନ କର୍ମଚାରୀମାନେ ଅତିଥି ଭାବେ ଯୋଗ ଦେଇଥିଲେ। ବନ ବିଭାଗ ପକ୍ଷରୁ ବନ ମହୋତ୍ସବ ପାଳନର ମୂଳ ଉଦ୍ଦେଶ୍ୟ ଏବଂ ବୃକ୍ଷ ଚାରା ରୋପଣର ଉପାଦେୟତା ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା। ଏହି ଅବସରରେ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ଅଧୀନରେ ବନ ବିଭାଗ ତରଫରୁ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ କିସମର ଚାରା ବଣ୍ଟନ କରାଯାଇଥିଲା।

ଶେଷରେ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ବିଦ୍ୟାଳୟର ଇକୋ କ୍ଲବ, ସ୍କାଉଟ୍ ଓ ଗାଇଡ୍ ସଦସ୍ୟଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ସହଯୋଗ କରି ଚାରା ରୋପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri