ବ୍ରେକ୍‌ଫେଲ୍‌ ହୋଇ ନାଳକୁ ଓଲଟିଲା ଭ୍ୟାନ୍‌: ୩୦ ଗୁରୁତର

ବଇଣ୍ଡା,୬।୨(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ମଣ୍ଡାମ ନାଳ ତଳକୁ ରବିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳର ଫାନ୍ସି ଲାଖଡା, ନବୀନ ସୋୟା, ସୋରେନ ସୋୟା, ମୁନିୱାନା ସୋରେନ, ମାଟିଆ କେରକେଟା, ନାଥରୁ ବାର୍ଳା, ପାଣ୍ଡେଇ ଲୁଗନ, ବେବିନା ତେରାଙ୍କ ସମେତ ୩୦ ଯାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାରୁ ଜଣାପଡିଛି, ରେଢାଖୋଲ ଅଞ୍ଚଳର ୩୦ ଜଣ ବ୍ୟକ୍ତି ଏକ ପିକଅପ୍‌ ଭ୍ୟାନ୍‌ (ନଂ. ଓଡି-୨୮-୦୩୬୫)ରେ ଏକ ନିର୍ବନ୍ଧ କାର୍ଯ୍ୟରେ ଯୋଗଦେବା ପାଇଁ ନାକିଚି ନିକଟବର୍ତ୍ତୀ ଉଡଲ ଅଞ୍ଚଳକୁ ଯାଉଥିଲେ। ଏହି ସମୟରେ ବ୍ରେକ୍‌ଫେଲ୍‌ ହୋଇଯିବାରୁ ଗାଡ଼ିଟି ନାଳକୁ ଖସି ପଡ଼ିଥିଲା। ସ୍ଥାନୀୟ ବାସିନ୍ଦାଙ୍କ ସହାୟତାରେ ସମସ୍ତଙ୍କୁ ବଇଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୧୦ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ରେଢାଖୋଲ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ହଣ୍ଡପା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?