ରିପବ୍ଲିକାନ୍‌ ପ୍ରାଇମେରି ପ୍ରତିଯୋଗିତାରୁ ଓହରିଲେ ଭାନ୍‌ ଟେଲର

ଓ୍ବାଶିଂଟନ,୪।୩:ଦୁଇଥର ଆମେରିକା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ସଦସ୍ୟ ଥିବା ଭାନ୍‌ ଟେଲର ବୁଧବାର ରିପବ୍ଲିକାନ୍‌ ପ୍ରାଇମେରି ପ୍ରତିଦ୍ୱନ୍ଦ୍ୱିତାରୁ ଓହରିଯାଇଛନ୍ତି। ଫଳରେ ହାଉସକୁ ପୁନଃ ନିର୍ବାଚିତ ହେବା ଲାଗି ତାଙ୍କ ଉଦ୍ୟମ ଶେଷ ହୋଇଛି। ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ସଂଗଠନର ଜଣେ ପୂର୍ବତନ ସଦସ୍ୟଙ୍କ ବିଧବା ସ୍ତ୍ରୀ ସହ ସେ ପରକୀୟା ସମ୍ପର୍କ ରଖିଥିବା ଖବରକୁ ସ୍ବୀକାର କରିଛନ୍ତି। ଟେକ୍ସାସ୍‌ ଜିଲାରୁ ପ୍ରତିନିଧିତ୍ୱ କରୁଥିବା ଟେଲର ଗତବର୍ଷ ଆମେରିକା କ୍ୟାପିଟୋଲ ଦଙ୍ଗାର ତଦନ୍ତ ପାଇଁ ଗଠିତ ସ୍ବତନ୍ତ୍ର କଂଗ୍ରେସନାଲ କମିଟିରେ ସାମିଲ ହୋଇଥିଲେ। ଫଳରେ ସେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆକ୍ରୋଶର ଶିକାର ହୋଇଥିଲେ। ପ୍ରାଇମେରି ଦୌଡ଼ରେ ୫ ରିପବ୍ଲିକାନ୍‌ଙ୍କ ମଧ୍ୟରେ ସେ ସର୍ବାଧିକ ୪୮.୭% ସମର୍ଥନ ପାଇବାର ଦିନକ ପରେ ଓହରି ଯାଇଛନ୍ତି। ଫଳରେ ଟେକ୍ସାସ କାଉଣ୍ଟିର ପୂର୍ବତନ ବିଚାରପତି କେଇଥ୍‌ ସେଲ୍ଫ ନଭେମ୍ବର ୮ ସାଧାରଣ ନିର୍ବାଚନ ପାଇଁ ରିପବ୍ଲିକାନ୍‌ ପ୍ରାର୍ଥୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri