ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସାମୁହିକ ବନ୍ଦେ ମାତରଂ ଗାନ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନ ୧୧ଟାରେ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଆଚାର୍ଯ୍ୟ-ଆଚାର୍ଯ୍ୟାମାନେ ସାମୂହିକ ଭାବେ ବନ୍ଦେ ମାତରଂ ଗାନ୍‌ କରିଥିଲେ।

ପରେ ବିଦ୍ୟାଳୟ ସଭାଗୃହରେ ବନ୍ଦେ ମାତରଂ ସଙ୍ଗୀତ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବ୍ରଜେନ୍ଦ୍ର କୁମାର ପତିଙ୍କ ଅଧ୍ୟକ୍ଷତାରେ ବଡ଼ପାଟଣା ସରପଞ୍ଚ ବିନତି ବାନାରା ମୁଖ୍ୟ ଅତିଥି, ସ୍ତମ୍ଭକାର ବୀର କିଶୋର ଦାଶ ମୁଖ୍ୟ ବକ୍ତା ଏବଂ ପରିଚାଳନା କମିଟି ସଦସ୍ୟା ମାମିନା ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ବକ୍ତାମାନେ ବନ୍ଦେ ମାତରଂର ରଚୟିତା, ଏହାର ଐତିହାସିକତା ଓ ସ୍ବଧୀନତା ସଂଗ୍ରାମରେ ଏହାର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।
ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସଭାପତି ପତି ଧନ୍ୟବାଦ ଅର୍ପଣ କରିଥିଲେ। ବରିଷ୍ଠ ଆଚାର୍ଯ୍ୟା ଶୋଭାଶ୍ରୀ ଷଡ଼ଙ୍ଗୀ ବନ୍ଦେ ମାତରଂ ସଙ୍ଗୀତ ଆବୃତ୍ତି ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଛାତ୍ରୀମାନେ ବନ୍ଦେ ମାତରଂ ସଙ୍ଗୀତରେ ନୃତ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଆଚାର୍ଯ୍ୟା ସୁରେଖା ମହାନ୍ତ, ଅର୍ଚ୍ଚନା ସାମନ୍ତରାୟ, ମୋନାଲି ମହାନ୍ତ, ରଞ୍ଜିତା ବାରିକ, ଆଚାର୍ଯ୍ୟ ହିରାଲାଲ ମହାନ୍ତ, ଯୁଧିଷ୍ଠିର ମହାନ୍ତ, ସଞ୍ଜୟ କୁମାର ଗିରି, ବେଣୁଧର ମହାନ୍ତଙ୍କ ସମେତ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟା, ଆଚାର୍ଯ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?