‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ବଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଆଣିଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକ ସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ’ର ୧୫୦ତମ କାର୍ଯ୍ୟକ୍ରମର ଉଦ୍‌ଘାଟନ ଅବସରରେ କହିଛନ୍ତି।

ସୂଚନା ଯୋଗ୍ୟ, ଲୋକସେବା ଭବନ ସ୍ଥିତ ପ୍ରାଙ୍ଗଣରେ ଆୟୋଜିତ ଏହି ବିଶେଷ କାର୍ଯ୍ୟକ୍ରମରେ ଦିଲ୍ଲୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦ୍‌ଘାଟିତ କାର୍ଯ୍ୟକ୍ରମ ଏବଂ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ ସାମୂହିକ ଗାନରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।

ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଥିଲେ, ଏହି ଗୀତର ଲୋକପ୍ରିୟତା ଓ ପ୍ରଭାବକୁ ଦେଖି ବ୍ରିଟିଶ ଶାସକମାନେ ବନ୍ଦେ ମାତରମ୍‌କୁ ବ୍ୟାନ କରିଥିଲେ। ଯାହା ଏହି ଗୀତର ଶକ୍ତିର ସ୍ପଷ୍ଟ ପ୍ରମାଣ।

କେଉଁ ଭାଷା, କେଉଁ ଧର୍ମ ବା କେଉଁ ଅଞ୍ଚଳର ହେଲେ ଦେଶପ୍ରେମ ବିନା ଦେଶର ଉନ୍ନତି ଅସମ୍ଭବ। ବନ୍ଦେ ମାତରମ ହୃଦୟରେ ଦେଶପ୍ରେମର ଅଗ୍ନିକୁ ପୁନଃ ଜାଗୃତ କରେ। ଯୁବପୀଢ଼ିଙ୍କ ସହ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଏହା ବର୍ଷବ୍ୟାପୀ ପାଳନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ
କରିଥିଲେ। ଆଜି ଆମେ ସମସ୍ତେ ସାରା ଭାରତର ଲୋକ, କାଶ୍ମୀରରୁ କନ୍ୟା କୁମାରୀ ପର୍ଯ୍ୟନ୍ତ, ବନ୍ଦେ ମାତରମକୁ ସାମୁହିକ ଭାବେ ଗାନ କରିବାର ପ୍ରଭାବ ଖୁବ ସୁଦୂରପ୍ରସାରୀ।

ବିଶେଷ କରି ଛୋଟ ଛୋଟ ପିଲାଙ୍କ ଉପରେ ଏହାର ଖୁବ ପ୍ରଭାବ ରହିବ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଜ୍ଞାଦେବାରେ ସଫଳ ହେବ। ଆଗାମୀ ଏକବର୍ଷ ଧରି ସମସ୍ତ ଜିଲ୍ଲାରେ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ସଂଗଠନମାନଙ୍କ ମାଧ୍ୟମରେ ସାମୁହିକ ଗାନ, ସାଂସ୍କୃତିକ ଆୟୋଜନ ଓ ସଚେତନତା କାର୍ଯ୍ୟକ୍ରମ ଚାଲିବାକୁ ଯୋଜନା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତେ ଏହି ୧ବର୍ଷବ୍ୟାପୀ କାର୍ଯ୍ୟକ୍ରମରେ ସାମିଲକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏପରିକି ଭାରତ ମା’ତାର ଗୌରବକୁ ବିଶ୍ୱରେ ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସହ ସମସ୍ତ ବିଭାଗୀୟ ସଚିବ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବନ୍ଦେ ମାତରମ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri