‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ବଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଆଣିଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକ ସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ’ର ୧୫୦ତମ କାର୍ଯ୍ୟକ୍ରମର ଉଦ୍‌ଘାଟନ ଅବସରରେ କହିଛନ୍ତି।

ସୂଚନା ଯୋଗ୍ୟ, ଲୋକସେବା ଭବନ ସ୍ଥିତ ପ୍ରାଙ୍ଗଣରେ ଆୟୋଜିତ ଏହି ବିଶେଷ କାର୍ଯ୍ୟକ୍ରମରେ ଦିଲ୍ଲୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦ୍‌ଘାଟିତ କାର୍ଯ୍ୟକ୍ରମ ଏବଂ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ ସାମୂହିକ ଗାନରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।

ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଥିଲେ, ଏହି ଗୀତର ଲୋକପ୍ରିୟତା ଓ ପ୍ରଭାବକୁ ଦେଖି ବ୍ରିଟିଶ ଶାସକମାନେ ବନ୍ଦେ ମାତରମ୍‌କୁ ବ୍ୟାନ କରିଥିଲେ। ଯାହା ଏହି ଗୀତର ଶକ୍ତିର ସ୍ପଷ୍ଟ ପ୍ରମାଣ।

କେଉଁ ଭାଷା, କେଉଁ ଧର୍ମ ବା କେଉଁ ଅଞ୍ଚଳର ହେଲେ ଦେଶପ୍ରେମ ବିନା ଦେଶର ଉନ୍ନତି ଅସମ୍ଭବ। ବନ୍ଦେ ମାତରମ ହୃଦୟରେ ଦେଶପ୍ରେମର ଅଗ୍ନିକୁ ପୁନଃ ଜାଗୃତ କରେ। ଯୁବପୀଢ଼ିଙ୍କ ସହ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଏହା ବର୍ଷବ୍ୟାପୀ ପାଳନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ
କରିଥିଲେ। ଆଜି ଆମେ ସମସ୍ତେ ସାରା ଭାରତର ଲୋକ, କାଶ୍ମୀରରୁ କନ୍ୟା କୁମାରୀ ପର୍ଯ୍ୟନ୍ତ, ବନ୍ଦେ ମାତରମକୁ ସାମୁହିକ ଭାବେ ଗାନ କରିବାର ପ୍ରଭାବ ଖୁବ ସୁଦୂରପ୍ରସାରୀ।

ବିଶେଷ କରି ଛୋଟ ଛୋଟ ପିଲାଙ୍କ ଉପରେ ଏହାର ଖୁବ ପ୍ରଭାବ ରହିବ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଜ୍ଞାଦେବାରେ ସଫଳ ହେବ। ଆଗାମୀ ଏକବର୍ଷ ଧରି ସମସ୍ତ ଜିଲ୍ଲାରେ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ସଂଗଠନମାନଙ୍କ ମାଧ୍ୟମରେ ସାମୁହିକ ଗାନ, ସାଂସ୍କୃତିକ ଆୟୋଜନ ଓ ସଚେତନତା କାର୍ଯ୍ୟକ୍ରମ ଚାଲିବାକୁ ଯୋଜନା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସମସ୍ତେ ଏହି ୧ବର୍ଷବ୍ୟାପୀ କାର୍ଯ୍ୟକ୍ରମରେ ସାମିଲକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏପରିକି ଭାରତ ମା’ତାର ଗୌରବକୁ ବିଶ୍ୱରେ ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସହ ସମସ୍ତ ବିଭାଗୀୟ ସଚିବ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବନ୍ଦେ ମାତରମ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?