Posted inଜାତୀୟ

ଜ୍ଞାନବାପି ମାମଲା: ହିନ୍ଦୁ ପକ୍ଷଙ୍କ ସପକ୍ଷରେ ରାୟ ଦେଲେ ସୁପ୍ରିମକୋର୍ଟ

ବାରାଣସୀ,୧୬।୧: ବହୁଚର୍ଚ୍ଚିତ ବାରାଣସୀର ଜ୍ଞାନବାପି ମସ୍‌ଜିଦ୍‌ ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ମସଜିଦ୍‌ ପରିସରରେ ଥିବା ସିଲ୍‌ ଅଞ୍ଚଳକୁ ସଫା କରିବା ଲାଗି ହିନ୍ଦୁ ପକ୍ଷକୁ ଅନୁମତି ମିଳିଛି। ଜିଲା ମାଜିଷ୍ଟ୍ରେଟ୍‌ଙ୍କ ତତ୍ତ୍ୱାବଧାନରେ ଉକ୍ତ ଅଞ୍ଚଳକୁ ସଫା କରିବା ଲାଗି କୋର୍ଟ ଅନୁମତି ଦେଇଛନ୍ତି।

ଜ୍ଞାନବାପିରେ ଥିବା ସିଲ୍‌ ଅଞ୍ଚଳରେ ଶିବଲିଙ୍ଗ ରହିଥିବା ବେଳେ ତାର ଆଖପାଖରେ ମାଛ ମରି ପଡ଼ିଥିବାରୁ ଅଳିଆ ହୋଇଥିବା ହିନ୍ଦୁ ପକ୍ଷ କହିଥିଲା। ଶିବଭକ୍ତଙ୍କ ଭାବନାକୁ ଆଘାତ କରୁଥିବା ଦର୍ଶାଇ ଏହାକୁ ଖୋଲି ତୁରନ୍ତ ସଫା କରିବାକୁ ସୁପ୍ରିମକୋର୍ଟରେ ହିନ୍ଦୁ ପକ୍ଷ ପିଟିସନ ଦାଖଲ କରିଥିଲା। ଏହାର ଶୁଣାଣି କରି ହିନ୍ଦୁ ପକ୍ଷର ଦାବିକୁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି। ମସଜିଦ୍‌ ପକ୍ଷ ମଧ୍ୟ ଏହି ଆବେଦନ ଉପରେ କୌଣସି ଆପତ୍ତି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ…

ଜାତୀୟ ରାଜପଥ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ…

ବଣାଇଁ,୨୧।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ବିରିତୋଳା ନିକଟରୁ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ଜଣେ ଅଚିହ୍ନା ଯୁବକଙ୍କ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri