Posted inଜାତୀୟ

ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡ, ଏକ ଲକ୍ଷ ଟଙ୍କା ଜରିମାନା

ବାରାଣସୀ,୫।୬: ବାରାଣସୀର ଏମପି-ଏମଏଲଏ କୋର୍ଟ ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ବାରାଣସୀର ଏକ ୩୨ ବର୍ଷ ପୁରୁଣା ମାମଲାରେ ସୋମବାର ଏମପି-ଏମଏଲଏ କୋର୍ଟ ଏହି ସଜା ଶୁଣାଇଛନ୍ତି। ବାରାଣସୀ କୋର୍ଟ ସୋମବାର ଅବଧେଶ ରାୟ ହତ୍ୟାକାଣ୍ଡରେ ଏହି ରାୟ ଶୁଣାଇଛନ୍ତି, ଏହାସହ କୋର୍ଟ ଅସାଂରୀଙ୍କୁ ଏକ ଲକ୍ଷ ଟଙ୍କା ଜରିମାନା ବି କରିଛନ୍ତି।
ଅବଧେଶ ରାୟ ହତ୍ୟାକାଣ୍ଡ ମାମଲାରେ ସୋମବାର ବାରାଣସୀର ଏମପି-ଏମଏଲଏ କୋର୍ଟ ପ୍ରଥମେ ଅଂସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏହାପରେ ଲଞ୍ଚ ସରିବା ପରେ ଦ୍ୱିପ୍ରହରରେ ଏହି ମାମଲାର ସଜା ଶୁଣାଇଥିଲେ। କୋର୍ଟ ହତ୍ୟାକାଣ୍ଡର ଦୋଷୀ ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହ କୋର୍ଟ ପୂର୍ବତନ ବିଧାୟକଙ୍କୁୁ ଏକ ଲକ୍ଷ ଟଙ୍କାର ଜରିମାନା ବି କରିଛନ୍ତି। ୩୨ ବର୍ଷ ପୁରୁଣା ଏହି ମାମଲା ଆଇପିସି ୩୦୨ ଆଧାରରେ ମୁଖତାର ଅଂସାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଅବଧେଶ ରାୟଙ୍କ ହତ୍ୟା ୩ ଅଗଷ୍ଟ ୧୯୯୧ରେ ହୋଇଥିଲା, ଯେତେବେଳେ ସେ ତାଙ୍କ ସାନ ଭାଇ ତଥା ବର୍ତ୍ତମାନର କଂଗ୍ରେସ ନେତା ଅଜୟ ରାୟଙ୍କ ଘର ବାହାରେ ଠିଆ ହୋଇଥିଲେ। ଏହି ସମୟରେ ତାଙ୍କ ନିକଟକୁ ଏକ ମାରୁତି ଭ୍ୟାନ ଆସି ଅଟକିଥିଲା ଓ ସେଥିରୁ କେତେଜଣ ଓହ୍ଲାଇପଡି ଅବଧେଶଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ। ଗୁଳିର ଶବ୍ଦରେ ଆଖପାଖ ଅଞ୍ଚଳ ଥରି ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri