Posted inଜାତୀୟ

ବାରାଣସୀ ବିସ୍ଫୋରଣ ଘଟଣାର ୧୬ବର୍ଷ ପରେ ଆସିଲା ରାୟ: ବଲିଉଲ୍ଲାହଙ୍କୁ ଫାଶୀ

ବାରାଣସୀ,୬।୬: ୨୦୦୬ରେ ଉତ୍ତରପ୍ରଦେଶ ବାରାଣସୀରେ ସିରିଏଲ୍‌ ବ୍ଲାଷ୍ଟ ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଦୀର୍ଘ ୧୬ବର୍ଷ ପରେ ଗାଜିଆବାଦ ଜିଲା ସ୍ବତନ୍ତ୍ର କୋର୍ଟ ଏହି ମାମଲାର ବିଚାର କରି ଦୋଷୀଙ୍କ ବିରୋଧରେ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ବାରାଣସୀ ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ବଲିଉଲ୍ଲାହଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ୨୦୦୬ ମାର୍ଚ୍ଚ ୭ରେ ବାରାଣସୀର ସଙ୍କଟମୋଚନ ମନ୍ଦିର ଓ କ୍ୟାଣ୍ଟ ରେଳ ଷ୍ଟେସନରେ ଏକ ସିରିଏଲ୍‌ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ୨୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିଲେ। ବାରାଣସୀ ବିସ୍ଫୋରଣ ପରେ ବଲିଉଲ୍ଲାହଙ୍କୁ ପକ୍ଷରୁ କୌଣସି ଓକିଲ ଏହି ମାମଲା ବିରୋଧରେ ଲଢ଼ିବାକୁ ପ୍ରସ୍ତୁତ ହୋଇ ନ ଥିଲେ। ଏହାପରେ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏହି ମାମଲା ଗାଜିଆବାଦ କୋର୍ଟକୁ ହସ୍ତାନ୍ତର କରାଯାଇଥିଲା। ତେବେ ବିଚାରପତି ଜିତେନ୍ଦ୍ର କୁମାର ସିହ୍ନାଙ୍କ ଖଣ୍ଡପୀଠ ଜୁନ ୪ରେ ଏହି ମାମଲାର ଶୁଣାଣି କରି ବଲିଉଲ୍ଲାହଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ନିଜ ରାୟ ସଂରକ୍ଷିତ ରଖିଥିଲେ। ହେଲେ ସୋମବାର କୋର୍ଟ ଏହାର ଶୁଣାଣି କରି ବଲିଉଲ୍ଲାହଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଇଛନ୍ତି। ଏହି ରାୟ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ଜଜଙ୍କ କୋର୍ଟରେ ଗଣମାଧ୍ୟମକୁ ପ୍ରବେଶ ଅନୁମତି ଦିଆଯାଇ ନ ଥିଲା। ଏଥିସହ କୋର୍ଟରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri